ପୁଣି ଆନ୍ଦୋଳନକୁ ଓହ୍ଲାଇବେ ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୭।୨(ବ୍ୟୁରୋ):ଦାବି ପୂରଣ ନ ହେବାରୁ ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକମାନେ ପୁଣି ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ ସଂଘର କହିବାନୁସାରେ, ମୁଖ୍ୟମନ୍ତ୍ରୀ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ହେଲା ବୋଲି ଘୋଷଣା କଲେ। ତେବେ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଶିକ୍ଷକଙ୍କ ମଧ୍ୟରେ ଏହି ବିଜ୍ଞପ୍ତିକୁ ନେଇ ବହୁ ଅସଙ୍ଗତି ସୃଷ୍ଟି ହେଲା। ୨୦୧୩ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମାନୁସାରେ ଯେଉଁମାନେ ନିଯୁକ୍ତି ପାଇଛନ୍ତି ସେହିମାନେ ହିଁ କେବଳ ଉପକୃତ ହେବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଥିଲା। ଅର୍ଥାତ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଶିକ୍ଷକମାନେ କୌଣସି ସୁବିଧା ପାଇବେ ନାହିଁ। ଏହି ଶିକ୍ଷକଙ୍କର ୬ ବର୍ଷ ଚୁକ୍ତି ଅବଧିକୁ ମୂଳ ଚାକିରି ସହ ଯୋଗ କରିବା ସହ ୬ଟି ନ୍ୟାଶନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ କରିବା ଏବଂ ୨୦୧୬ରୁ ୨୦୨୨ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ତୁରନ୍ତ ନିୟମିତ କରିବା ଭଳି ଦୁଇ ଦଫା ଦାବି ପୂରଣ ନିମନ୍ତେ ସଂଘ ଗତ ଡିସେମ୍ବର ୧୨ରେ ଆନ୍ଦୋଳନକୁ ଓହ୍ଲାଇଥିଲା। ୧୭ ଦିନ ଧରି ଚାଲିଥିବା ଏହି ଆନ୍ଦୋଳନରେ ଦାବି ପୂରଣ ନିମନ୍ତେ ସଂଘ ବିଭିନ୍ନ ପ୍ରକାର କାର୍ଯ୍ୟପନ୍ଥା ଗ୍ରହଣ କରିଥିଲା। ଫଳରେ ସରକାର ଚାପଗ୍ରସ୍ତ ହୋଇ ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ଗଣଶିକ୍ଷା ସଚିବ ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ରାଜ୍ୟ ସଂଘ ଆନ୍ଦୋଳକୁ ସ୍ଥଗିତ ରଖିଥିଲା। ଇତିମଧ୍ୟରେ ମାସେ ବିତିଯାଇଥିଲେ ମଧ୍ୟ ସରକାର କୌଣସି ଦାବି ପୂରଣ କରୁନାହାନ୍ତି। ଆସନ୍ତା ୧୦ ତାରିଖ ମଧ୍ୟରେ ଦାବି ପୂରଣ ନ ହେଲେ ସଂଘ ପୁନଶ୍ଚ ରାଜରାସ୍ତାକୁ ଓହ୍ଲାଇବ ବୋଲି କଡ଼ା ଚେତାବନୀ ଦେଇଛି। ୧୩ ତାରିଖରେ ଗଣଶିକ୍ଷା ବିଭାଗ ସଚିବଙ୍କ ଉଦ୍ଦେଶ୍ୟରେ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଓ ଉକ୍ତ ଦିନ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ମଧ୍ୟ ଦାବିପତ୍ର ପ୍ରଦାନ କରାଯିବ। ଏହାପରେ ଯଦି ସରକାର ଦାବି ପୂରଣ ନ କରନ୍ତି ତା’ହେଲେ ୧୫ ତାରିଖରେ ସମସ୍ତ ବିଧାୟକ/ମନ୍ତ୍ରୀଙ୍କୁ ରାଜ୍ୟ ସଂଘ ତରଫରୁ ଦାବିପତ୍ର ଦିଆଯିବ। ଆଗକୁ ମାଟ୍ରିକ ପରୀକ୍ଷା ଆସୁଛି। ଶିକ୍ଷକମାନେ ଚାହୁଁନାହାନ୍ତି ବିଦ୍ୟାଳୟ ଛାଡ଼ି ପୁଣି ରାଜ ରାସ୍ତାକୁ ଆସନ୍ତୁ। କିନ୍ତୁ ସରକାର ବାରମ୍ବାର ଆନ୍ଦୋଳନ କରିବା ପାଇଁ ବାଧ୍ୟ କରୁଛନ୍ତି ବୋଲି ରାଜ୍ୟ ସଂଘ ସଭାପତି ପ୍ରଦୀପ୍ତ କୁମାର ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?