ପୁଣି କାନାଡା ପ୍ରଧାନମନ୍ତ୍ରୀଙ୍କ ନୂଆ ଡ୍ରାମା! ଭାରତ ବିରୋଧରେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ନିକଟରେ କଲେ ଗୁହାରି

ଓଟାୱା,୧୫/୧୦:କାନାଡା ଓ ଭାରତ ମଧ୍ୟରେ ବଢୁଥିବା ତିକ୍ତତାକୁ ନେଇ ପୁଣି ଥରେ ପ୍ରତିକ୍ରିୟା ରଖିଛନ୍ତି କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରି ସେ ଲେଖିଛନ୍ତି, ଭାରତ ସରକାରଙ୍କ ସହ ଜଡିତ ଏଜେଣ୍ଟଙ୍କ ଦ୍ୱାରା କାନାଡା ନାଗରିକଙ୍କ ବିରୋଧରେ ହୋଇଥିବା ଟାର୍ଗେଟ ଅପରେସନ ବିଷୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବ୍ରିଟେନ ପ୍ରଧାନମନ୍ତ୍ରୀ କିର ଷ୍ଟାରମରଙ୍କ ସହ କଥା ହୋଇଛନ୍ତି।

ଦୁଇ ନେତା ସେମାନଙ୍କ ନାଗରିକଙ୍କ ସୁରକ୍ଷା ସୁନିଶ୍ଚିତ କରିବାର ଆବଶ୍ୟକତା ଏବଂ ଆଇନର ଶାସନକୁ ବଜାୟ ରଖିବା ଏବଂ ସମ୍ମାନ ଦେବାର ଗୁରୁତ୍ୱ ଉପରେ ଆଲୋଚନା କରିଥିଲେ।

ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରତିବାଦରେ ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ କୁମାର ବର୍ମା ଓ ଅନ୍ୟ ବରିଷ୍ଠ କୂଟନୀତିଜ୍ଞମାନଙ୍କୁ ଫେରାଇ ଆଣିଛି।

କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ସରକାରର କାର୍ଯ୍ୟ କୂଟନୀତିଜ୍ଞମାନଙ୍କ ନିରାପତ୍ତା ପ୍ରତି ବିପଦ ସୃଷ୍ଟି କରିଛି। ଏଭଳି ଉଗ୍ରବାଦ ଏବଂ ହିଂସାତ୍ମକ ପରିବେଶରେ କୂଟନୀତିଜ୍ଞମାନେ ସେଠାରେ ରହିବା ସମ୍ଭବ ନୁହେଁ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି। କୂଟନୀତିଜ୍ଞମାନଙ୍କ ସୁରକ୍ଷା ପ୍ରତି କାନାଡାର ବର୍ତ୍ତମାନ ସରକାରଙ୍କ ପ୍ରତିଶ୍ରୁତି ଉପରେ ଭରସା ନାହିଁ। ତେଣୁ ଭାରତ ସରକାର ଏହାର ଉଚ୍ଚାୟୁକ୍ତ ଓ ଟାର୍ଗେଟରେ ଥିବା ଅନ୍ୟ ଅଫିସରମାନଙ୍କୁ ପ୍ରତ୍ୟାହାର କରିଆଣିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହାର କିଛି ସମୟ ପୂର୍ବରୁ ମନ୍ତ୍ରଣାଳୟ ଦିଲ୍ଲୀରେ ଥିବା କାନାଡା କୂଟନୀତିଜ୍ଞ ଷ୍ଟିଓ୍ବାର୍ଟ ହ୍ବିଲରଙ୍କୁ ସମନ ଜାରି କରିଥିଲେ। ଭାରତୀୟ ଉଚ୍ଚାୟୁକ୍ତ ଏବଂ ଅନ୍ୟ କୂଟନୀତିଜ୍ଞ ଓ ଅଧିକାରୀମାନଙ୍କୁ କାନାଡା ସରକାର ଟାର୍ଗେଟ କରିବା ନିରାଧାର ଏବଂ ଆଦୌ ଗ୍ରହଣୀୟ ନୁହେଁ ବୋଲି ହ୍ବିଲରଙ୍କୁ ଜଣାଇ ଦିଆଯାଇଛି। ଟ୍ରୁଡୋ ସରକାର ଭାରତରେ ଉଗ୍ରବାଦ, ହିଂସା ଏବଂ ବିଚ୍ଛିନ୍ନତାବାଦକୁ ସିମର୍ଥନ କରୁଥିବାରୁ ଏହା ବିରୋଧରେ ପଦକ୍ଷେପ ନେବାର ଅଧିକାର ଭାରତର ରହିଛି ବୋଲି ନୂଆଦିଲ୍ଲୀ ଅବଗତ କରାଇଛି। ଭାରତର ବାରମ୍ବାର ଅନୁରୋଧ ସତ୍ତ୍ୱେ ନିଜ୍ଜାର ହତ୍ୟା ସହ ଭାରତର ସମ୍ପୃକ୍ତି ନେଇ କାନାଡା ସରକାର କୌଣସି ପ୍ରମାଣ ଏପର୍ଯ୍ୟନ୍ତ ଶେୟାର କରିନାହାନ୍ତି। ଟ୍ରୁଡୋ ସରକାର କାନାଡାରୁ ମାଟିରେ ବିଚ୍ଛିନ୍ନତାବାଦୀ ତତ୍ତ୍ୱଙ୍କୁ କାବି କରିବା ପରିବର୍ତ୍ତେ ଭୋଟବ୍ୟାଙ୍କ ରାଜନୀତି କରୁଥିବା ନୂଆଦିଲ୍ଲୀ ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri