ପୁଣି ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି ହେଲେ ଜେଫ ବେଜାସ

ଓ୍ବାଶିଂଟନ୍‌,୫।୩: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ପୁଣି ଥରେ ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି ହୋଇଛନ୍ତି। ଏଲନ ମସ୍କକୁ ଦ୍ୱିତୀୟ ସ୍ଥାନକୁ ଆସିଛନ୍ତି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ ଏହା ଜଣାପଡିଛି।
ଜେଫ ବେଜୋସଙ୍କର ବର୍ତ୍ତମାନ ୨୦୦ ବିଲିୟନ ଡଲାର ସମ୍ପତ୍ତି ଅଛି ଏବଂ ଏହା ସହିତ ସେ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ଯଦିଓ ଜେଫ ବେଜୋସଙ୍କ ସମ୍ପତ୍ତି ୫୦୦ ମିଲିୟନ ଡଲାରରେ ହ୍ରାସ ପାଇଛି, ତଥାପି ତାଙ୍କର ମୋଟ ସମ୍ପତ୍ତି ୨୦୦ ବିଲିୟନ ଡଲାରରେ ଅଛି, ଯାହା ଏଲନ ମସ୍କଙ୍କ ମୋଟ ସମ୍ପତ୍ତିଠାରୁ ଅଧିକ। ଚଳିତ ବର୍ଷ ଏପର୍ଯ୍ୟନ୍ତ ଜେଫ ବେଜୋସ ତାଙ୍କର ସମ୍ପତ୍ତିକୁ ୨୩.୪ ବିଲିୟନ ଡଲାରରେ ବୃଦ୍ଧି କରିଥିବାବେଳେ ମସ୍କଙ୍କ ନିଟ ମୂଲ୍ୟ ଚଳିତ ବର୍ଷ ୩୧.୩ ବିଲିୟନ ଡଲାର ହ୍ରାସ ପାଇଛି।
ବିଶ୍ୱ ବଜାରରେ ଏଲନ ମସ୍କଙ୍କ କମ୍ପାନୀ ଟେସଲା ଶେୟାରରେ ବହୁତ ହ୍ରାସ ଘଟିଛି ଏବଂ ଏହି କାରଣରୁ ଗତକାଲି ଏଲନ ମସ୍କର ନିଟ ମୂଲ୍ୟ ୧୭.୬ ବିଲିୟନ ଡଲାର ହ୍ରାସ ପାଇଛି। ଟେସଲା ଶେୟାରର ମୋଟ ପୁଞ୍ଜି ହ୍ରାସ ହେତୁ ମସ୍କଙ୍କ ନିଟ ମୂଲ୍ୟ ୨୦୦ ବିଲିୟନ ଡଲାରକୁ ଖସି ଆସିଛି। ସମ୍ପ୍ରତି ୧୯୮ ବିଲିୟନ ଡଲାର ସମ୍ପତ୍ତି ସହିତ ମସ୍କ ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ ଦ୍ୱିତୀୟ ସ୍ଥାନକୁ ଖସି ଆସିଛନ୍ତି।
ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ ଭାରତୀୟ ବିଲିୟନେୟାର ବ୍ୟବସାୟୀ ମୁକେଶ ଅମ୍ବାନୀ ୧୧ତମ ସ୍ଥାନରେ ଅଛନ୍ତି ଏବଂ ତାଙ୍କ ମୂଲ୍ୟ ୧୧୫ ବିଲିୟନ ଡଲାର ଅଟେ। ଅନ୍ୟ ଜଣେ ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଏହି ତାଲିକାରେ ୧୨ ନମ୍ବରରେ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କର ସମ୍ପତ୍ତି ୧୦୪ ବିଲିୟନ ଡଲାର ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ରଖିଲା ଇସ୍ରାଏଲ, ହମାସ କଲା ଖାରଜ

ଜେରୁଜେଲମ,୨୦।୯: ଇସ୍ରାଏଲ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ଦେଇଛି। ଇସ୍ରାଏଲ କହିଛି ଯେ ଯଦି ସମସ୍ତ ବନ୍ଧକଙ୍କୁ ଏକାଠି ମୁକ୍ତ କରାଯାଏ ଏବଂ ଗାଜାକୁ ନିରସ୍ତ୍ର...

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri