Posted inଖେଳ

ପୁଣି ପାକିସ୍ତାନ କ୍ରିକେଟ୍‌ ବୋର୍ଡର ଖୋଲିଲା ପୋଲ୍‌

ଇସଲାମାବାଦ୍‌,୧୬।୪: ପାକିସ୍ତାନ କ୍ରିକେଟ୍‌ ବୋର୍ଡର ପୋଲ୍‌ ଖୋଲିଯାଇଛି। ପାକିସ୍ତାନ କ୍ରିକେଟ ବୋର୍ଡ ଏପର୍ଯ୍ୟନ୍ତ ଦଳର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମହମ୍ମଦ ହାଫିଜଙ୍କୁ ଟଙ୍କା ଦେଇନାହାଁନ୍ତି। ହାଫିଜ ୧୫ ନଭେମ୍ବର ୨୦୨୩ରେ ପାକିସ୍ତାନ କ୍ରିକେଟ ଦଳର ନିର୍ଦ୍ଦେଶକ ହୋଇଥିଲେ। ତାଙ୍କର କାର୍ଯ୍ୟକାଳ ୧୫ ଫେବୃଆରୀ ୨୦୨୪ରେ ଶେଷ ହୋଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ଟଙ୍କା ପ୍ରଦାନ କରାଯାଇ ନାହିଁ। ଏହା ବ୍ୟତୀତ ଗତ ବର୍ଷ ବିଭିନ୍ନ ଜାତୀୟ ସ୍ତରୀୟ ଟୁର୍ନାମେଣ୍ଟରେ ଖେଳିଥିବା ପାକିସ୍ତାନୀ କ୍ରିକେଟରମାନେ ଟଙ୍କା ପାଇନାହାଁନ୍ତି।
ହାଫିଜଙ୍କୁ ଦେୟ ପ୍ରଦାନ ପାଇଁ କାଗଜପତ୍ର ସମାପ୍ତ ହୋଇଛି, କିନ୍ତୁ ସଂପୃକ୍ତ ଅଧିକାରୀଙ୍କ ଅନୁମୋଦନକୁ ଅପେକ୍ଷା କରାଯାଇଛି, ଯାହା ପରେ ମହମ୍ମଦ ହାଫିଜଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇପାରିବ। ଫେବୃଆରୀ ୬ରେ, ପାକିସ୍ତାନ କ୍ରିକେଟ ବୋର୍ଡ ମହମ୍ମଦ ହାଫିଜଙ୍କୁ ଦଳର ନିର୍ଦ୍ଦେଶକ ପଦରୁ ହଟାଇବାକୁ ନିଷ୍ପତ୍ତି ନେଇଥିଲା।
ପାକିସ୍ତାନ କ୍ରିକେଟରେ କ୍ରମାଗତ ଅଶାନ୍ତିର ସମୟ ଚାଲିଛି। ନିକଟରେ ଦିନିକିଆ ବିଶ୍ୱକପରେ ଲଜ୍ଜାଜନକ ପ୍ରଦର୍ଶନ ପରେ ବାବର ଆଜମଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯାଇଥିଲା। ବାବର ଆଜମଙ୍କ ସ୍ଥାନରେ ଶାହିନ ଆଫ୍ରିଦିଙ୍କୁ ନୂତନ ଅଧିନାୟକ କରାଯାଇଥିଲା, କିନ୍ତୁ ଏହା ପରେ ବାବର ଆଜାମଙ୍କୁ ଅଧିନାୟକ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?