ପୁଣି ଆନ୍ଦୋଳନକୁ ଓହ୍ଲାଇଲେ କୁମୁଣ୍ଡେ ଗ୍ରାମବାସୀ

ଲୋଇସିଂହା,୧୨।୧୧(ସୁଶାନ୍ତ ବାରିକ): ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ କୁମୁଣ୍ଡେ ସରକାରୀ ଉଚ୍ଚ ବିଦ୍ୟାଳୟରେ ଲାଗି ରହିଥିବା ବିବାଦ ସମାଧାନ ହେବାର ନେଉନାହିଁ। ଶିକ୍ଷା ବିଭାଗ ଆନ୍ତରିକତା ଅଭାବକୁ ଦାୟୀ କରି ଛାତ୍ରୀଛାତ୍ର ଓ ଗ୍ରାମବାସୀ ପୁଣି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ମଙ୍ଗଳବାର ଆନ୍ଦୋଳନର ଦ୍ୱିତୀୟ ଦିବସ। ସୋମବାର ଗ୍ରାମବାସୀ ସ୍କୁଲ ଗେଟରେ ତାଲା ପକାଇ ଦେଇଥିଲେ। ଫଳରେ ସ୍କୁଲ ବାହାରେ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକ ବାହାରେ ରହିଥିଲେ। ଅପରପକ୍ଷରେ ଛାତ୍ରୀଛାତ୍ର ଓ ଅବିଭାବକମାନେ କୁମୁଣ୍ଡେ- ବିଲାଇସର୍ଡ଼ା ରାସ୍ତାରେ ବସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଧାରଣା ସ୍ଥଳକୁ ବିଦ୍ୟାଳୟ ଶିକ୍ଷୟିତ୍ରୀଶିକ୍ଷକ କେହି ଆଲୋଚନା ପାଇଁ ଆସି ନ ଥିଲେ। ଫଳରେ ଅନିର୍ଦ୍ଦିଷ୍ଟ କାଳପାଇଁ ଧାରଣା ଜାରି ରହିଛି।

ପ୍ରକାଶ ଯେ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ରହିଛି। ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଥାଇ ସୁଦ୍ଧା ପାଠପଢ଼ା ନ ହେବା, ମଧ୍ୟାହ୍ନ ଭୋଜନରେ ଅନିୟମିତତା ଏବଂ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣି ଗତ ସେପ୍ଟେମ୍ବର ମାସରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲେ। ଅଭିଯୋଗକୁ ନେଇ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ହୋଇଥିବା ତଦନ୍ତ ପ୍ରକ୍ରିୟାକୁ ଅସନ୍ତୋଷ ବ୍ୟକ୍ତ କରି ଅକ୍ଟୋବର ୧୮ ତାଲାବନ୍ଦ ଆନ୍ଦୋଳନ କରି ଧାରଣା ଦିଆଯାଇଥିଲା। ଖବର ପାଇ ଜଣେ ଏବିଇଓ ବୁଝାସୁଝା ପାଇଁ ଧାରଣାସ୍ଥଳକୁ ଆସିଥିଲେ। ହେଲେ ସମ୍ପୃକ୍ତ ଅଧିକାରୀଙ୍କୁ ଗ୍ରାମବାସୀଙ୍କ ରୋଷର ଶିକାର ହେବାକୁ ପଡ଼ିଥିଲା। ସେହିଦିନ ଅପରାହ୍ନରେ ବିଇଓ ଆସି ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କରିଥିବା ଜଣାଇଥିଲେ।

ପରବର୍ତ୍ତୀ ସମୟରେ ବିଦ୍ୟାଳୟର ଅନ୍ୟ ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରାଯାଇଥିଲା। ବିଦ୍ୟାଳୟକୁ ଶୃଙ୍ଖଳିତ ପରିଚାଳନ, ନିଲମ୍ବିତ ପ୍ରଧାନ ଶିକ୍ଷକ ଦାୟିତ୍ୱ ହସ୍ତାନ୍ତର ଏବଂ ଅନିୟମିତତା ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବିରେ ଜିଲା ଶିକ୍ଷା ଅଧିକାରୀଙ୍କୁ ସୋନପୁର କାର୍ଯ୍ୟାଳୟରେ ଭେଟିଥିଲେ ଗ୍ରାମବାସୀ । ଗତ ମାସ ୨୮ ତାରିଖ ସୁଦ୍ଧା ତଦନ୍ତ ସାରିବା ସହ ଜିଲା ଶିକ୍ଷା ଅଧିକାରୀ ସ୍କୁଲ ଗସ୍ତ କରିବାକୁ କଥା ଦେଇଥିଲେ। ଜିଲା ଶିକ୍ଷା ଅଧିକାରୀ ପ୍ରତିଶ୍ରୁତି ରକ୍ଷା କରି ନ ଥିବାରୁ ଏହାର ପ୍ରତିବାଦରେ ଗ୍ରାମବାସୀ ପୁଣି ଆନ୍ଦୋଳନକୁ ଓହ୍ଲାଇ ଥିବା ଜୟଗୁରୁ କୁଆଁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri