ପୁଣି ଆନ୍ଦୋଳନକୁ ଓହ୍ଲାଇଲେ କୁମୁଣ୍ଡେ ଗ୍ରାମବାସୀ

ଲୋଇସିଂହା,୧୨।୧୧(ସୁଶାନ୍ତ ବାରିକ): ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ କୁମୁଣ୍ଡେ ସରକାରୀ ଉଚ୍ଚ ବିଦ୍ୟାଳୟରେ ଲାଗି ରହିଥିବା ବିବାଦ ସମାଧାନ ହେବାର ନେଉନାହିଁ। ଶିକ୍ଷା ବିଭାଗ ଆନ୍ତରିକତା ଅଭାବକୁ ଦାୟୀ କରି ଛାତ୍ରୀଛାତ୍ର ଓ ଗ୍ରାମବାସୀ ପୁଣି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ମଙ୍ଗଳବାର ଆନ୍ଦୋଳନର ଦ୍ୱିତୀୟ ଦିବସ। ସୋମବାର ଗ୍ରାମବାସୀ ସ୍କୁଲ ଗେଟରେ ତାଲା ପକାଇ ଦେଇଥିଲେ। ଫଳରେ ସ୍କୁଲ ବାହାରେ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକ ବାହାରେ ରହିଥିଲେ। ଅପରପକ୍ଷରେ ଛାତ୍ରୀଛାତ୍ର ଓ ଅବିଭାବକମାନେ କୁମୁଣ୍ଡେ- ବିଲାଇସର୍ଡ଼ା ରାସ୍ତାରେ ବସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଧାରଣା ସ୍ଥଳକୁ ବିଦ୍ୟାଳୟ ଶିକ୍ଷୟିତ୍ରୀଶିକ୍ଷକ କେହି ଆଲୋଚନା ପାଇଁ ଆସି ନ ଥିଲେ। ଫଳରେ ଅନିର୍ଦ୍ଦିଷ୍ଟ କାଳପାଇଁ ଧାରଣା ଜାରି ରହିଛି।

ପ୍ରକାଶ ଯେ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ରହିଛି। ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଥାଇ ସୁଦ୍ଧା ପାଠପଢ଼ା ନ ହେବା, ମଧ୍ୟାହ୍ନ ଭୋଜନରେ ଅନିୟମିତତା ଏବଂ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣି ଗତ ସେପ୍ଟେମ୍ବର ମାସରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲେ। ଅଭିଯୋଗକୁ ନେଇ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ହୋଇଥିବା ତଦନ୍ତ ପ୍ରକ୍ରିୟାକୁ ଅସନ୍ତୋଷ ବ୍ୟକ୍ତ କରି ଅକ୍ଟୋବର ୧୮ ତାଲାବନ୍ଦ ଆନ୍ଦୋଳନ କରି ଧାରଣା ଦିଆଯାଇଥିଲା। ଖବର ପାଇ ଜଣେ ଏବିଇଓ ବୁଝାସୁଝା ପାଇଁ ଧାରଣାସ୍ଥଳକୁ ଆସିଥିଲେ। ହେଲେ ସମ୍ପୃକ୍ତ ଅଧିକାରୀଙ୍କୁ ଗ୍ରାମବାସୀଙ୍କ ରୋଷର ଶିକାର ହେବାକୁ ପଡ଼ିଥିଲା। ସେହିଦିନ ଅପରାହ୍ନରେ ବିଇଓ ଆସି ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କରିଥିବା ଜଣାଇଥିଲେ।

ପରବର୍ତ୍ତୀ ସମୟରେ ବିଦ୍ୟାଳୟର ଅନ୍ୟ ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରାଯାଇଥିଲା। ବିଦ୍ୟାଳୟକୁ ଶୃଙ୍ଖଳିତ ପରିଚାଳନ, ନିଲମ୍ବିତ ପ୍ରଧାନ ଶିକ୍ଷକ ଦାୟିତ୍ୱ ହସ୍ତାନ୍ତର ଏବଂ ଅନିୟମିତତା ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବିରେ ଜିଲା ଶିକ୍ଷା ଅଧିକାରୀଙ୍କୁ ସୋନପୁର କାର୍ଯ୍ୟାଳୟରେ ଭେଟିଥିଲେ ଗ୍ରାମବାସୀ । ଗତ ମାସ ୨୮ ତାରିଖ ସୁଦ୍ଧା ତଦନ୍ତ ସାରିବା ସହ ଜିଲା ଶିକ୍ଷା ଅଧିକାରୀ ସ୍କୁଲ ଗସ୍ତ କରିବାକୁ କଥା ଦେଇଥିଲେ। ଜିଲା ଶିକ୍ଷା ଅଧିକାରୀ ପ୍ରତିଶ୍ରୁତି ରକ୍ଷା କରି ନ ଥିବାରୁ ଏହାର ପ୍ରତିବାଦରେ ଗ୍ରାମବାସୀ ପୁଣି ଆନ୍ଦୋଳନକୁ ଓହ୍ଲାଇ ଥିବା ଜୟଗୁରୁ କୁଆଁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri