ପୁଣି ଆକାଶରେ ଶୁଭିଲା ପ୍ରଚଣ୍ଡ ଶବ୍ଦ: ଲୋକେ ଭୟଭୀତ

ବାଲେଶ୍ୱର/ଭଦ୍ରକ,୭।୬: ବାଲେଶ୍ୱର ଓ ଭଦ୍ରକ ଜିଲାରେ ପୁଣି ଶୁକ୍ରବାର ସକାଳୁ ହଠାତ୍‌ ପ୍ରଚଣ୍ଡ ଶବ୍ଦ ଶୁଭିଛି। ପ୍ରଚଣ୍ଡ ଶବ୍ଦ ପରେ ଥରି ଉଠିଛି ଆଖପାଖ ଅଞ୍ଚଳ। ଏହି ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଛନ୍ତି। ଏହାପୂର୍ବରୁ ଗୁରୁବାର ମଧ୍ୟ ପ୍ରଚଣ୍ଡ ଶବ୍ଦ ଶୁଭିଥିଲା। ତେବେ ପାଖରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ଥିବାରୁ ଗୋଳାବାରୁଦ ପରୀକ୍ଷଣ ହେଉଥିବା ଅନୁମାନ କରାଯାଉଥିଲା। ଭଦ୍ରକକୁ ଏହି ଶବ୍ଦ କମ୍‌ ଶୁଭିଥିବା ବେଳେ ଜିଲାର ବାସୁଦେବପୁର ଅଞ୍ଚଳରେ ଖୁବ୍‌ ଜୋରରେ ଶୁଣାଯାଇଥିଲା। ଏହି ଶବ୍ଦ କିଛି ସମୟ ପର୍ଯ୍ୟନ୍ତ ଶୁଭିଥିବା ବେଳେ ଲୋକଙ୍କ ଭିତରେ ଆତଙ୍କ ସୃଷ୍ଟି ହୋଇଥିଲା। ପୂର୍ବରୁ ମଧ୍ୟ ୨/୩ ଥର ଏପରି ଶବ୍ଦ ଆକାଶ ମାର୍ଗରୁ ଶୁଭିଛି। ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ କ୍ଷେପଣାସ୍ତ୍ର କିମ୍ବା ଆକାଶମାର୍ଗରେ କୌଣସି ରକେଟ୍‌ର ବିସ୍ଫୋରଣ ଶବ୍ଦ ବୋଲି ଲୋକଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ତେବେ ବଜ୍ରପାତ ଯୋଗୁ ଏଭଳି ଶବ୍ଦ ହୋଇଥିବା ନେଇ ବାଲେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri