Posted inଖେଳ

ଆଣ୍ଡରସନଙ୍କୁ ‘ସାର୍‌’ ଉପାଧି: ଅବସର ପରେ ମିଳିଲା ‘ନାଇଟହୁଡ୍‌’ ଟ୍ୟାଗ

ଲଣ୍ଡନ,୨୮ା୧୦- ଇଂଲଣ୍ଡର ଅବସରପ୍ରାପ୍ତ ପେସର ଜେମ୍ସ ଆଣ୍ଡରସନଙ୍କୁ ମଙ୍ଗଳବାର ନାଇଟ୍‌ହୁଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଓ୍ବିଣ୍ଡସର କାସେଲଠାରେ ଆୟୋଜିତ ସମାରୋହରେ ପ୍ରିନ୍ସେସ୍‌ ରୟାଲ ଆନୁଷ୍ଠାନିକ ଭାବେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। କ୍ରିକେଟ୍‌ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ଉପାଧି ଦିଆଯାଇଛି। ସାର ଜେମ୍ସ ୨୦୦୨ରେ ଲଙ୍କାଶାୟାର ପାଇଁ ଫାଷ୍ଟ କ୍ଲାସ୍‌ କ୍ରିକେଟ୍‌ ଓ ଇଂଲଣ୍ଡ ଲାଗି ଇଣ୍ଟରନ୍ୟାଶନାଲ ପଦାର୍ପଣ କରିଥିଲେ। ଏହାର ପରବର୍ଷ ସେ ୨୦୦୩ ମେ’ରେ ପ୍ରଥମ ଟେଷ୍ଟ ଖେଳିଥିଲେ। ତାଙ୍କ ନାମରେ ଇଂଲଣ୍ଡ ପାଇଁ ଟେଷ୍ଟ କ୍ରିକେଟରେ ସର୍ବାଧିକ ଓ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ପେସର ଭାବେ ସର୍ବାଧିକ ସଂଖ୍ୟକ ଉଇକେଟ ନେବାର ରେକର୍ଡ ରହିଛି। ୪୩ ବର୍ଷୀୟ ପେସର ତାଙ୍କର ୨୨ ବଷର୍ର ଲମ୍ବା ଇଣ୍ଟରନ୍ୟାଶନାଲ କ୍ୟାରିୟରରେ ୧୮୮ ଟେଷ୍ଟରେ ୭୦୪ ଉଇକେଟ ନେଇଥିଲେ। ଟେଷ୍ଟ କ୍ରିକେଟ୍‌ରେ ତାଙ୍କଠାରୁ କେବଳ ଶ୍ରୀଲଙ୍କାର ସ୍ପିନର ମୁଥିଆ ମୁରଲିଧରନ(୮୦୦) ଓ ଅଷ୍ଟ୍ରେଲିଆର ସ୍ବର୍ଗତ ଶେନ୍‌ ଓ୍ବର୍ନ (୭୦୮) ଅଧିକ ଉଇକେଟ ନେଇଛନ୍ତି। ୨୦୨୪ରେ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ରୁ ଅବସର ନେବା ପରେ ମଧ୍ୟ ଆଣ୍ଡରସନ ତାଙ୍କ ପିଲାଦିନର କ୍ଲବ ଲଙ୍କାଶାୟାର ପାଇଁ ଖେଳିବା ଜାରି ରଖିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri