କୋଟିଆରେ ପୁଣି ଆନ୍ଧ୍ର

ପଟ୍ଟାଙ୍ଗି,୨୨ା୧୦(ଶରତ ଧଳ) କିଛିଦିନ ପରେ ପୁଣି ଆନ୍ଧ୍ର ଓଡ଼ିଶାର ସୀମାନ୍ତ ଗ୍ରାମ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରିଛି। ଫାଟୁସିନେରି ଗ୍ରାମରେ ଶିବିର କରି ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେଇଛି। ଫଳରେ ଏହା ଓଡ଼ିଶା ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ସଦୃଶ ହୋଇଛି। କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମରେ ରହିଥିବା ଓଡିଶାର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖ ଏକ ଖୋଲା ଖେଳ ପଡିଆରେ ଆନ୍ଧ୍ରର ପାର୍ବତୀପୁରମ୍‌ ମାନ୍ୟମ୍‌ ଜିଲା ସାଲୁର ବ୍ଲକ ତୋଣାମ୍‌ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଏହି ଶିବିର କରାଯାଇଥିଲା। ଏହାର ନାମ ଜଗନ୍‌ ଆରୋଗ୍ୟ ସୁରକ୍ଷା ମେଗା ସ୍ବାସ୍ଥ୍ୟ ଶିବିର ରଖାଯାଇଛି।
ଖବରରୁ ଜଣାପଡିଛି, ସାଲୁର ବ୍ଲକ ତୋଣାମ୍‌ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ଶନିବାର କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମରେ ପହଞ୍ଚତ୍ ଖେଳପଡିଆରେ ଶିବିର ଆୟୋଜନ କରିଥିଲେ। ଡାକ୍ତର ଅଜୟ ଏବଂ ଉମା ମହେଶ୍ବର ପ୍ରମୁଖ ପହଞ୍ଚତ୍ ସୀମାନ୍ତବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ଔଷଧ ବଣ୍ଟନ କରିଥିଲେ। ୪୩୬ ଜଣ ଶିବିରରେ ସ୍ବାସ୍ଥ୍ୟପରୀକ୍ଷା କରିଥିଲେ। ସୀମାନ୍ତ ଗ୍ରାମବାସୀଙ୍କ ପାଇଁ ଜଗନ୍‌ ସରକାର ସବୁବେଳେ ସହଯୋଗର ହାତ ବଢାଇ ଚାଲିଛନ୍ତି ବୋଲି ଉପସ୍ଥିତ ଆନ୍ଧ୍ର କର୍ମଚାରୀମାନେ ଲୋକଙ୍କୁ ବୁଝାଇଥିଲେ। ଅନ୍ୟପକ୍ଷରେ ସାଲୁର ବିଡିଓ ଜି. ପାର୍ବତୀ ମଧ୍ୟ ଶିବିରରେ ଉପସ୍ଥିତ ରହି କାର୍ଯ୍ୟକ୍ରମ ତଦାରଖ କରି ସୀମାନ୍ତବାସୀଙ୍କୁ ଉତ୍ସାହିତ କରିଥିଲେ।
ଏନେଇ ପଟ୍ଟାଙ୍ଗି ବିଡିଓ ସୁକାନ୍ତ ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଲେ, ଆନ୍ଧ୍ରର ଉକ୍ତ ଶିବିର ସମ୍ପର୍କରେ ଖବର ପାଇଛି, ଯାହାକି ଜିଲା ପ୍ରଶାସନକୁ ଅବଗତ କରି ପରିସ୍ଥିତି ଉପରେ ଦୃଷ୍ଟି ରଖାଯାଇଥିବା ସେ କହିଥିଲେ। ସୂଚନାଯୋଗ୍ୟ, ଆନ୍ଧ୍ରର ମାନ୍ୟମ୍‌ ଜିଲା ପାର୍ବତୀପୁରମ୍‌ ଅନ୍ତର୍ଗତ ସାଲୁର ବ୍ଲକ ପ୍ରଶାସନ ଗତ ୧୪ ତାରିଖରେ ଏପରି ଅନୁପ୍ରବେଶ କରି ପଟ୍ଟାଙ୍ଗି ବ୍ଲକ ନୂଆଗାଁ ପଞ୍ଚାୟତର ଗାଲିଗାବଡାର ଗ୍ରାମରେ ଏକ ସ୍ବାସ୍ଥ୍ୟ ପରୀକ୍ଷା ଶିବିର କରଥିଲା। ଏହି ଖବର ପାଇ ବ୍ଲକ ଅଧ୍ୟକ୍ଷା କଳ୍ପନା ପାଙ୍ଗୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚତ୍ ଅନୁପ୍ରବେଶକାରୀ ଆନ୍ଧ୍ର ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ଓଡ଼ିଶାର ସୀମାନ୍ତ ଗ୍ରାମଗୁଡିକରେ କାହିଁକି ଅନୁପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଛ ବୋଲି ପ୍ରଶ୍ନ କରିଥିଲେ। ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମ ବନ୍ଦ କରି ଶୀଘ୍ର ଉକ୍ତ ଗ୍ରାମ ଛାଡ଼ି ଚାଲିଯିବାକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଆନ୍ଧ୍ର ସ୍ବାସ୍ଥ୍ୟ ବିଭାଗ ଟିମ୍‌ ସ୍ବାସ୍ଥ୍ୟସେବା ଶିବିର କରି ନ ପାରି ଘଟଣାସ୍ଥଳରୁ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri