Posted inଜାତୀୟ

ଆନ୍ଧ୍ର ବସ ଟ୍ରାଜେଡି: ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧୦: ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ବସ୍‌ରେ ନିଆଁ ଲାଗିଯାଇଛି। ଏହି ଦୁର୍ଘଟଣାରେ ୨୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି, କିନ୍ତୁ ଏପର୍ଯ୍ୟନ୍ତ ସରକାରୀ ନିଶ୍ଚିତକରଣ ମିଳିନାହିଁ। ବସ୍‌ଟି ୪୦ ଜଣ ଯାତ୍ରୀଙ୍କୁ ନେଇଯାଉଥିଲା। ଯେତେବେଳେ ନିଆଁ ଲାଗିଲା, ସେତେବେଳେ ୧୦ ରୁ ୧୨ ଜଣ ଯାତ୍ରୀ ବାହାରକୁ ଡେଇଁ ପଳାଇଗଲେ। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହି ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରି ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ବର୍ଗଙ୍କୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ଲେଖାଏ ଅନୁକମ୍ପାମୂଳକ ସହାୟତା ମିଳିବ। ଆହତଙ୍କ ଆଶୁଆରୋଗ୍ୟ କାମନା ସହ ପ୍ରଧାନମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ କରିଛନ୍ତି।

କଲ୍ଲୁର ଜିଲାର ଚିନ୍ନାଟେକୁରୁ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ଏକ ବସ ଏକ ମୋଟରସାଇକେଲ ସହିତ ଧକ୍କା ଦେଇଥିଲା। ମୋଟରସାଇକେଲଟି ବସ ତଳେ ଫସି ଯାଇଥିଲା ଏବଂ ବିସ୍ଫୋରଣ ହୋଇଥିଲା। ସଙ୍ଗେ ସଙ୍ଗେ ବସ୍‌ରେ ନିଆଁ ବ୍ୟାପି ଯାଇଥିଲା। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ଶୁକ୍ରବାର ଭୋର ପ୍ରାୟ ୩ଟାରେ ବସ୍‌ଟି ବେଙ୍ଗାଲୁରୁ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ସମୟରେ ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିଲା, ଯାହା ଫଳରେ ରାସ୍ତା ଖସିପଡ଼ିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri