ରାସ୍ତାକାମ କରୁଥିଲା ଆନ୍ଧ୍ର ସିମେଣ୍ଟ, ମିକ୍ସଚର ମେଶିନ ଉଠାଇନେଲା ଓଡ଼ିଶା

କାଶୀନଗର,୨୦ା୨: ପୁଣି ଆନ୍ଧ୍ରର ଦାଦାଗିରି। ଓଡ଼ିଶା ଭିତରେ ପଶି ବେଆଇନ ଭାବେ ରାସ୍ତା ନିର୍ମାଣ ଚଳାଇଥିଲା। ଏଥର କିନ୍ତୁ ସ୍ଥାନୀୟ ପ୍ରଶାସନ ମୁହଁତୋଡ଼ ଜବାବ ଦେଇଛି। ରାସ୍ତା କାମରେ ବ୍ୟବହୃତ ସିମେଣ୍ଟ, ମିକ୍ସଚର ମେଶିନ ଓ ଚିପ୍‌ସ ଆଦି ଜବତ କରିବା ସହ କାମ ବନ୍ଦ କରିଛି। ଏପରି ଘଟଣା ଘଟିଛି ଗଜପତି ଜିଲା କାଶୀନଗର ବ୍ଲକରେ। ଆନ୍ଧ୍ରପ୍ରଦେଶର ଆଳତି ଗ୍ରାମଠାରୁ କାଶୀନଗରର ସିଙ୍ଗିପୁର ଏଫ୍‌ସିଆଇ ଗୋଦାମ ନିକଟ ପୂର୍ତ୍ତ ବିଭାଗ ରାସ୍ତା ପର୍ଯ୍ୟନ୍ତ ଆନ୍ଧ୍ର ଶ୍ରୀକାକୁଲମ ଜିଲା କତୁରୁ ମଣ୍ଡଳର ସୀତାମ୍‌ପେଟା ଆଇଟିଡିଏ ବିଭାଗ ଦ୍ୱାରା ପକ୍କା ରାସ୍ତା ନିର୍ମାଣ ଚାଲିଥିଲା। ଖବର ପାଇ ଗଜପତି ଉପଜିଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ କାଶୀନଗର ତହସିଲଦାର ଶାନ୍ତିସ୍ବରୂପ ମିଶ୍ର ଓ ଆଇଆଇସି ସୁଶାନ୍ତ କୁମାର ସାହୁ ନିର୍ମାଣସ୍ଥଳରେ ପହଞ୍ଚତ୍ ଥିଲେ। ପରେ କାମରେ ନିୟୋଜିତ ଶ୍ରମିକ ସେଠାରୁ ପଳାଇଯାଇଥିଲେ। ରାସ୍ତା କାମରେ ବ୍ୟବହୃତ ସିମେଣ୍ଟ ମିକ୍ସଚର ମେଶିନ, ସିମେଣ୍ଟ, ଚିପ୍‌ସ ଆଦି ଜବତ କରି କାଶୀନଗର ଥାନାରେ ରଖାଯାଇଛି। ଗଜପତି ସୀମାନ୍ତ ଗଙ୍ଗାବାଡ଼ରେ ନିର୍ବାଚନ କରିବାରେ ବିଫଳ ହେବାପରେ ଆନ୍ଧ୍ର ରାସ୍ତା ନିର୍ମାଣ କରି ଦାଦାଗିରି ଦେଖାଇଛି। ପୂର୍ବରୁ ମଧ୍ୟ ଏଠାରେ ଏକ ବିଶ୍ରାମାଗାର ନିର୍ମାଣ କରି ତେଲୁଗୁ ଭାଷାରେ ଆନ୍ଧ୍ର ଦ୍ୱାରା ନିର୍ମାଣ ବୋଲି ଫଳକ ମରାଯାଇଥିଲା। ଏନେଇ ଉପଜିଲାପାଳ ପଣ୍ଡା କହିଛନ୍ତି, ଘଟଣାସ୍ଥଳରେ ପହଞ୍ଚତ୍ ଯଥାଶୀଘ୍ର ପଥର ପୋତାଯିବା ସହ ଓଡ଼ିଶାର ସୂଚନା ଫଳକ ଲଗାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri