ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ ପାଳିଲେ ଖ୍ରୀଷ୍ଟପର୍ବ

ପଟ୍ଟାଙ୍ଗି,୨୬ା୧୨(ଡି.ଏନ.ଏ.):୨୦୨୨ ଶେଷ ହେବାକୁ ଆଉ କେତୋଟି ଦିନ ବାକି ରହିଛି। ତଥାପି ପଡୋଶୀ ଆନ୍ଧ୍ର ପ୍ରଦେଶ ଓଡ଼ିଶାର ସୀମାନ୍ତ ଗ୍ରାମ ଉପରେ ନଜର ପକାଇବାକୁ ପଛଘୁଞ୍ଚା ଦେଇନି। ରବିବାର ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜାନା ଦୋରା ଓଡ଼ିଶାର ଏକ ସୀମାନ୍ତ ଗ୍ରାମରେ ଅନୁପ୍ରବେଶ କରି ଗ୍ରାମବାସୀଙ୍କ ସହ ଖ୍ରୀଷ୍ଟପର୍ବ ପାଳନ କରିଛନ୍ତି। ଏହି ଖବର ଜଣାପଡିବା ପରେ ଓଡ଼ିଶାର କୋରାପୁଟ ଜିଲା ପ୍ରଶାସନ ଓ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି।
ଖବରରୁ ଜଣାପଡିଛି, ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତର ତାଡିବାଲସା ଗ୍ରାମରେ ଖ୍ରୀଷ୍ଟମାସ୍‌ ଅବସରରେ ପାଷ୍ଟର ଗୁଡିୱାଡା ସୁରି ନାରାୟାଣାଙ୍କ ଅଧ୍ୟକ୍ଷତାରେ ଖ୍ରୀଷ୍ଟପର୍ବ ଆୟୋଜିତ ହୋଇଥିଲା। ଏଥିରେ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ ଦୋରା ମୁଖ୍ୟଅତିଥି ଭାବେ ଯୋଗଦେଇ ଉପସ୍ଥିତ ଗ୍ରାମବାସୀ ଏବଂ ଗ୍ରାମର ଖ୍ରୀଷ୍ଟ ଧର୍ମାବଲମ୍ବୀ ପରିବାରଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏପରି ଏକ କାର୍ଯ୍ୟକ୍ରମରେ ମୁଁ ନିମନ୍ତ୍ରିତ ହୋଇଥିବାରୁ ନିଜକୁ ଧନ୍ୟ ମନେକରୁଛି ବୋଲି ଦୋରା କହିଥିଲେ। ଆନ୍ଧ୍ର ସରକାର ସୀମାନ୍ତ ଗ୍ରାମବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସବୁବେଳେ ଉଦ୍ୟମ ଜାରି ରଖିଛନ୍ତି। ସୀମାନ୍ତ ଗ୍ରାମଗୁଡିକରେ ଶିକ୍ଷାଠାରୁ ଆରମ୍ଭ କରି ପାନୀୟ ଜଳ, ରାସ୍ତାଘାଟ, ବାର୍ଦ୍ଧକ୍ୟ ଭର୍ତ୍ତା, ରାଶନ ସାମଗ୍ରୀ ଆଦି ଯୋଜନାର ସୁଫଳ କିପରି ପ୍ରତି ଘରେ ପହଞ୍ଚତ୍ବ ସେଥିପାଇଁ ଆନ୍ଧ୍ର ସରକାର ନିଜ ଚେଷ୍ଟା ଜାରି ରଖିଛନ୍ତି ବୋଲି ସେ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ କୋଟିଆ ପଞ୍ଚାୟତର ନେରିଡିବାଲସା, ଉପରସେମ୍ବି, ତଳସେମ୍ବି, ଧୂଳିପଦର, କୁମ୍ବିମାଡା ଆଦି ଗ୍ରାମରୁ ଶତାଧିକ ମହିଳା ପୁରୁଷ ଉପସ୍ଥିତ ଥିଲେ। ଉପ ମୁଖ୍ୟମନ୍ତ୍ରୀ ଦୋରା ମନ୍ତ୍ରିମଣ୍ଡଳରେ ଦାୟିତ୍ୱ ଗ୍ରହଣ କରିବା ପରଠାରୁ କୋଟିଆ ପଞ୍ଚାୟତ ପ୍ରତି ଅଧିକ ଗୁରୁତ୍ୱ ଦେଉଥିବା ଦେଖିବାକୁ ମିଳୁଛି। ଏ ସମ୍ପର୍କରେ ପଟ୍ଟାଙ୍ଗି ବିଡିଓ ସୌମ୍ୟସାର୍ଥକ ମିଶ୍ରଙ୍କୁ ପଚାରିବାରୁ ସେ କହିଲେ, ଏ ସମ୍ପର୍କରେ ମୋ ପାଖରେ କିଛି ଖବର ନାହିଁ। ତଥାପି ମୁଁ ଦେଖିବି। ଜିଲାପାଳଙ୍କୁ ଏନେଇ ରିପୋର୍ଟ କରିବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri