ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ସମାଲୋଚନା କଲେ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗି,୩ା୪(ଡି.ଏନ.ଏ.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋରାପୁଟ ଜିଲା ଗସ୍ତକୁ ସମାଲୋଚନା କରିଛନ୍ତି ଆନ୍ଧ୍ର ପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା। ଶନିବାର କେନ୍ଦ୍ରମନ୍ତ୍ରୀ ପ୍ରଧାନ ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ଗସ୍ତରେ ଆସି ଓଡ଼ିଶା ଦିବସ ପାଳନ କରିବା ସହ ଫାଟୁସିନେରି ଗ୍ରାମ ପରିଦର୍ଶନ କରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ସେ ଉପସ୍ଥିତ ଆନ୍ଧ୍ର ପୋଲିସକୁ ଗୋ ବ୍ୟାକ୍‌, ଓନଲି ଓଡିଶା କହି ଘଟଣା ସ୍ଥଳ ଛାଡ଼ି ଚାଲିଯିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ୨୪ ଘଣ୍ଟା ନ ପୂରୁଣୁ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା ଏକ ଭିଡିଓ ବାର୍ତ୍ତା ଜାରି କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନଙ୍କ ମନ୍ତବ୍ୟକୁ ସମାଲୋଚନା କରିଛନ୍ତି।
ଜାରି ଭିଡିଓ ବାର୍ତ୍ତାରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ଦୋରା କହିଛନ୍ତି, କେନ୍ଦ୍ରମନ୍ତ୍ରୀ ପ୍ରଧାନ ହେଉଛନ୍ତି ଭାରତର ମନ୍ତ୍ରୀ। ସେ ସବୁ ରାଜ୍ୟକୁ ସମାନ ଭାବେ ଦେଖିବା ଉଚିତ। ସୁପ୍ରିମକୋର୍ଟ ୨୦୦୬ ମାର୍ଚ୍ଚରେ ଦେଇଥିବା ରାୟକୁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସମ୍ମାନ ଦେଇ ପାଳନ କରିବା ଉଚିତ ଥିଲା। ଭାରତର ଜଣେ ଦାୟିତ୍ୱସମ୍ପନ୍ନ ମନ୍ତ୍ରୀ ରୂପେ ସେ ଏପରି ମନ୍ତବ୍ୟ ଦେବା ଏବଂ ପୋଲିସକୁ ଘଉଡାଇବା ଠିକ୍‌ ନୁହେଁ ବୋଲି ଦୋରା ପ୍ରକାଶ କରିଛନ୍ତି। ସୀମାନ୍ତ କୋଟିଆ ପଞ୍ଚାୟତର ୨୧ ଖଣ୍ଡ ଗ୍ରାମ ଉପରେ ଓଡ଼ିଶାର ଯେତିକି ଅଧିକାର ରହିଛି, ସେତିକି ଆନ୍ଧ୍ରର ମଧ୍ୟ ରହିଛି। ଏପରି କ୍ଷେତ୍ରରେ କେହି କାହାକୁ ମନା କରିପାରିବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ଦୋରା ଭିଡିଓ ବାର୍ତ୍ତାରେ କହିଛନ୍ତି। ଏଥିସହ ସେ କହିଲେ, ଆମ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଏବଂ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଆପୋସ ଆଲୋଚନା ହୋଇଥିବାରୁ ଆମେ କୌଣସି କଡା ପଦକ୍ଷେପ ଗ୍ରହଣ କରୁନାହୁଁ। ଏଭଳି ସ୍ଥିତିରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଦେଇଥିବା ମନ୍ତବ୍ୟ ଠିକ୍‌ ନୁହେଁ ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ଦୋରାଙ୍କ ଏପରି ଭିଡିଓ ଜାରି ହେବା ପରେ ବର୍ତ୍ତମାନ କୋଟିଆ ପଞ୍ଚାୟତ ପ୍ରତି ଆନ୍ଧ୍ର ସରକାରଙ୍କ କେଉଁ ଆଭିମୁଖ୍ୟ ରହିବ ସେନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri