ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ସମାଲୋଚନା କଲେ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗି,୩ା୪(ଡି.ଏନ.ଏ.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋରାପୁଟ ଜିଲା ଗସ୍ତକୁ ସମାଲୋଚନା କରିଛନ୍ତି ଆନ୍ଧ୍ର ପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା। ଶନିବାର କେନ୍ଦ୍ରମନ୍ତ୍ରୀ ପ୍ରଧାନ ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ଗସ୍ତରେ ଆସି ଓଡ଼ିଶା ଦିବସ ପାଳନ କରିବା ସହ ଫାଟୁସିନେରି ଗ୍ରାମ ପରିଦର୍ଶନ କରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ସେ ଉପସ୍ଥିତ ଆନ୍ଧ୍ର ପୋଲିସକୁ ଗୋ ବ୍ୟାକ୍‌, ଓନଲି ଓଡିଶା କହି ଘଟଣା ସ୍ଥଳ ଛାଡ଼ି ଚାଲିଯିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ୨୪ ଘଣ୍ଟା ନ ପୂରୁଣୁ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା ଏକ ଭିଡିଓ ବାର୍ତ୍ତା ଜାରି କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନଙ୍କ ମନ୍ତବ୍ୟକୁ ସମାଲୋଚନା କରିଛନ୍ତି।
ଜାରି ଭିଡିଓ ବାର୍ତ୍ତାରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ଦୋରା କହିଛନ୍ତି, କେନ୍ଦ୍ରମନ୍ତ୍ରୀ ପ୍ରଧାନ ହେଉଛନ୍ତି ଭାରତର ମନ୍ତ୍ରୀ। ସେ ସବୁ ରାଜ୍ୟକୁ ସମାନ ଭାବେ ଦେଖିବା ଉଚିତ। ସୁପ୍ରିମକୋର୍ଟ ୨୦୦୬ ମାର୍ଚ୍ଚରେ ଦେଇଥିବା ରାୟକୁ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସମ୍ମାନ ଦେଇ ପାଳନ କରିବା ଉଚିତ ଥିଲା। ଭାରତର ଜଣେ ଦାୟିତ୍ୱସମ୍ପନ୍ନ ମନ୍ତ୍ରୀ ରୂପେ ସେ ଏପରି ମନ୍ତବ୍ୟ ଦେବା ଏବଂ ପୋଲିସକୁ ଘଉଡାଇବା ଠିକ୍‌ ନୁହେଁ ବୋଲି ଦୋରା ପ୍ରକାଶ କରିଛନ୍ତି। ସୀମାନ୍ତ କୋଟିଆ ପଞ୍ଚାୟତର ୨୧ ଖଣ୍ଡ ଗ୍ରାମ ଉପରେ ଓଡ଼ିଶାର ଯେତିକି ଅଧିକାର ରହିଛି, ସେତିକି ଆନ୍ଧ୍ରର ମଧ୍ୟ ରହିଛି। ଏପରି କ୍ଷେତ୍ରରେ କେହି କାହାକୁ ମନା କରିପାରିବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ଦୋରା ଭିଡିଓ ବାର୍ତ୍ତାରେ କହିଛନ୍ତି। ଏଥିସହ ସେ କହିଲେ, ଆମ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଏବଂ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଆପୋସ ଆଲୋଚନା ହୋଇଥିବାରୁ ଆମେ କୌଣସି କଡା ପଦକ୍ଷେପ ଗ୍ରହଣ କରୁନାହୁଁ। ଏଭଳି ସ୍ଥିତିରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଦେଇଥିବା ମନ୍ତବ୍ୟ ଠିକ୍‌ ନୁହେଁ ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ଦୋରାଙ୍କ ଏପରି ଭିଡିଓ ଜାରି ହେବା ପରେ ବର୍ତ୍ତମାନ କୋଟିଆ ପଞ୍ଚାୟତ ପ୍ରତି ଆନ୍ଧ୍ର ସରକାରଙ୍କ କେଉଁ ଆଭିମୁଖ୍ୟ ରହିବ ସେନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri