ଓଡ଼ିଶା ସୀମାନ୍ତ ଗାଁରେ ଆନ୍ଧ୍ରର ଗ୍ରାମସଭା

ପଟ୍ଟାଙ୍ଗି,୨୩ା୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଥିବା କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡିକରେ ଉନ୍ନୟନମୂଳକ କାର୍ଯ୍ୟ ଯଥା ଏମ୍‌ଜିଏନ୍‌ଆରଇଜିଏସ୍‌ ନିମନ୍ତେ ରାଜ୍ୟର ୨୯ଟି ଗ୍ରାମରେ ଆନ୍ଧ୍ର ପ୍ରଦେଶ ଟିଡିପି ସରକାର ଶୁକ୍ରବାର ଗ୍ରାମସଭା କରିଥିଲା।

ଏହା ସହିତ ଓଡିଶାର ଧୂଳିପଦର, ନେରିଡିବାଲସା, ତଳ ଗଞ୍ଜେଇ ପଦର, ଫଗୁଣସିନେରି ଏବଂ ଫାଟୁସିନେରି ଆଦି ଗ୍ରାମରେ ମଧ୍ୟ ଗ୍ରାମସଭା ସହ ସ୍ବାସ୍ଥ୍ୟମେଳା କରି ସୀମାନ୍ତବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହ ମାଗଣାରେ ଔଷଧ ବଣ୍ଟନ କରିଛି।

ଏହି ସମୟରେ ଆନ୍ଧ୍ରର ଉକ୍ତ ଗ୍ରାମସଭାରେ ଓଡ଼ିଶାର ଉପରୋକ୍ତ ୫ ଗ୍ରାମର ଲୋକେ ନିଜ ନିଜ ଅଞ୍ଚଳରେ ରାସ୍ତା ଘାଟଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପାନୀୟ ଜଳ, ଶିକ୍ଷା ଓ ବିଦ୍ୟୁତ୍‌ ସେବା ସମସ୍ୟା ସମ୍ପର୍କରେ ଦରଖାସ୍ତ ଦେଇ ଥିଲେ। ଏପରିକି ଟିଡିପି ସରକାର କିପରି ସମସ୍ୟା ସମାଧାନ କରିବ ସେଥିପ୍ରତି ଦୃଷ୍ଟି ଦେବାକୁ ସାଲୁର ବ୍ଲକ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ଅନ୍ୟପକ୍ଷରେ ଆନ୍ଧ୍ରର ସରକାରୀ କର୍ମଚାରୀ ଏହିପରି କାର୍ଯ୍ୟକ୍ରମ କରି ଲୋକଙ୍କଠାରୁ ଉନ୍ନୟନମୂଳକ କାର୍ଯ୍ୟ ନିମନ୍ତେ ଦରଖାସ୍ତ ଗ୍ରହଣ କରୁଥିବା ବେଳେ ଓଡ଼ିଶାର ପଟ୍ଟାଙ୍ଗି ତହସିଲ କାର୍ଯ୍ୟାଳୟ ପକ୍ଷରୁ ତଳ ଗଞ୍ଜେଇ ପଦରେ ଜଙ୍ଗଲ ଗ୍ରାମକୁ କିପରି ରେଭିନ୍ୟୁ ଗ୍ରାମ କରାଯାଇପାରିବ ସେନେଇ ସ୍ବତନ୍ତ୍ର ଗ୍ରାମସଭା କରାଯାଇଥିଲା।

ଆନ୍ଧ୍ର ଓଡ଼ିଶା ସୀମାନ୍ତରେ ପଶି ଏପରି କାର୍ଯ୍ୟକ୍ରମ କରିଥିଲେ ମଧ୍ୟ ତହସିଲ କର୍ମଚାରୀଙ୍କ ଦୃଷ୍ଟିକୁ ଆସି ପାରିନଥିଲା। ଏହି ସମ୍ପର୍କରେ ପଟ୍ଟାଙ୍ଗି ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କୁ ଆନ୍ଧ୍ରର ଗ୍ରାମସଭା କାର୍ଯ୍ୟକ୍ରମ ସମ୍ପର୍କରେ ପଚାରିବାରୁ ଆମେ ତଳ ଗଞ୍ଜେଇ ପଦର ଗ୍ରାମରେ ସ୍ବତନ୍ତ୍ର ଗ୍ରାମସଭା କରିବା ସମୟରେ ଆନ୍ଧ୍ରର କେହି ନ ଥିଲେ। କିନ୍ତୁ ଆମେ ଫେରି ଆସିବା ପରେ ସେମାନେ ତାଙ୍କ କାର୍ଯ୍ୟକ୍ରମ କରିଥାଇ ପାରନ୍ତି ବୋଲି ସେ କହିବା ସହ ଆନ୍ଧ୍ରର ଉକ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ତଦନ୍ତ କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନ ସରିବା ପରେ ଆନ୍ଧ୍ରର ଟିଡିପି ସରକାରଙ୍କ ଅଧିକାରୀ ବା କର୍ମଚାରୀ ଓଡ଼ିଶାର କୋଟିଆ ପଞ୍ଚାୟତରେ ଏହା ଦ୍ୱିତୀୟ ଥର ଅନୁପ୍ରବେଶ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri