ସୀମାନ୍ତରେ ଆନ୍ଧ୍ର ଅଧିକାରୀ-ପଟ୍ଟାଙ୍ଗୀ ବିଧାୟକ ମୁହାଁମୁହିଁ

ପଟ୍ଟାଙ୍ଗୀ,୧୪।୧୦ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତ ଉପରୁ ନଜର ହଟାଉନି ଆନ୍ଧ୍ର। ବାରମ୍ବାର ଓଡ଼ିଶାର ଏହି ସୀମାନ୍ତ ଗ୍ରାମରେ ପ୍ରବେଶ କରି ବିଭିନ୍ନ କାର୍ଯ୍ୟକ୍ରମ କରୁଛି। ଏପରିକି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କରୁଛି ଏହି ରାଜ୍ୟ। ବୁଧବାର ଆନ୍ଧ୍ରର ପାର୍ବତୀପୁରମ ପ୍ରଶାସନ କୋଟିଆର ଫଗୁଣସିନେରି ଗ୍ରାମରେ ପହଞ୍ଚତ୍ ଅଙ୍ଗନଓ୍ବାଡି ଗୃହ ନିର୍ମାଣ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କରୁଥିବା ବେଳେ ପଟ୍ଟାଙ୍ଗୀ ବିଧାୟକ ପ୍ରୀତମ ପାଢୀଙ୍କ ସହ ମୁହାଁମୁହିଁ ହୋଇଛି। ଆନ୍ଧ୍ରର ଏପରି କାର୍ଯ୍ୟକୁ କଡା ସମାଲୋଚନା କରିଛନ୍ତି ବିଧାୟକ।
ଖବରରୁ ଜଣାପଡିଛି, ଆନ୍ଧ୍ରର ପାର୍ବତୀପୁରମ ପିଓ ଆଇଟିଡିଏ କୋର୍ମନାଥ ଫଗୁଣସିନେରି ଗ୍ରାମରେ ପହଞ୍ଚତ୍ ଗ୍ରାମବାସୀଙ୍କୁ ନେଇ ଏକ ବୈଠକ କରି ନୂତନ ଅଙ୍ଗନଓ୍ବାଡ଼ି ଗୃହ ନିର୍ମାଣ ଲାଗି ଜାଗା ଚିହ୍ନଟ ସମ୍ପର୍କରେ ଆଲୋଚନା କରୁଥିଲେ। ଏହି ସମୟରେ ପଟ୍ଟାଙ୍ଗୀ ବିଧାୟକ ପାଢ଼ୀ ସେଠାରେ ପହଞ୍ଚତ୍ଥିଲେ। ସେ ପିଓ ଆଇଟିଡିଏ କୋର୍ମନାଥଙ୍କୁ ଏହି ବୈଠକର ଉଦ୍ଦେଶ୍ୟ ବିଷୟରେ ପଚାରିଥିଲେ। ତୁମେମାନେ କାହିଁକି ସୁପ୍ରିମକୋର୍ଟଙ୍କ ସ୍ଥିତାବସ୍ଥା ମାନୁନାହଁ ବୋଲି ପ୍ରଶ୍ନ କରିଥିଲେ। ଯଦି କୌଣସି ଉନ୍ନୟନମୂଳକ କାର୍ଯ୍ୟ କରିବାର ଅଛି ତୁମ ରାଜ୍ୟ ଭିତରେ କର। ଅଯଥା ଆମ ଓଡ଼ିଶା ସୀମା ଭିତରେ ଅନୁପ୍ରବେଶ କରି ବିବାଦ ସୃଷ୍ଟି କରନାହିଁ ବୋଲି କହିଥିଲେ। ଅନ୍ୟପକ୍ଷରେ ବିଧାୟକଙ୍କ ଏପରି ମତ ନେଇ ସେଠାରେ ଉପସ୍ଥିତ ଗ୍ରାମବାସୀ ପ୍ରତିବାଦ କରିଥିଲେ। ଆମେ ଆନ୍ଧ୍ର ସହ ଅଛୁ ଏବଂ ରହିବୁ ବୋଲି କହି ପାଟିତୁଣ୍ଡ କରିଥିଲେ। ବିଧାୟକ ପାଢୀ ଏହାକୁ ଖାତିର ନ କରି ଆନ୍ଧ୍ର ଗୋବ୍ୟାକ ସ୍ଲୋଗାନ ଦେଇ ଘଟଣା ସ୍ଥଳରୁ କୋର୍ମନାଥଙ୍କୁ ଚାଲିଯିବାକୁ କହିଥିଲେ। ସେଠାରେ ଉପସ୍ଥିତ ଥିବା ଆନ୍ଧ୍ରର କେତେଜଣ ଏଜେଣ୍ଟ ଗ୍ରାମବାସୀଙ୍କୁ ଓଡ଼ିଶାର ପଞ୍ଚାୟତ ନିର୍ବାଚନ ବର୍ଜନ କରିବାକୁ କହୁଥିବା ବେଳେ ଏହା ଶୁଣି ବିଧାୟକ ପାଢ଼ୀ ପ୍ରତିବାଦ କରିଥିଲେ। ତୁରନ୍ତ ଘଟଣା ସ୍ଥଳ ଛାଡ଼ି ଚାଲିଯିବାକୁ ସେମାନଙ୍କୁ କଡା ଚେତାବନୀ ଦେଇଥିଲେ। ବିଧାୟକଙ୍କ ଏପରି ପ୍ରତିବାଦକୁ କୋରାପୁଟ ଜିଲାର ବିଭିନ୍ନ ସଙ୍ଗଠନ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri