ଆନ୍ଧ୍ର ଲୋକେ ହଡ଼ପ କରୁଛନ୍ତି ଆଦିବାସୀଙ୍କ ଜମି

ଗୁଣପୁର,୨୭ା୨(ଡି.ଏନ.ଏ): ଦକ୍ଷିଣ ଓଡିଶାରେ ଥିବା ଆଦିବାସୀଙ୍କ ଜମିକୁ ଆନ୍ଧ୍ର ପ୍ରଦେଶର ଲୋକଙ୍କ ଦ୍ବାରା ହଡପ କରାଯାଉଥିବାରୁ ଅଖିଳ ଭାରତ ଭ୍ରଷ୍ଟାଚାର ବିରୋଧୀ ସଂଗଠନ ଉଦବେଗ ପ୍ରକାଶ କରିଛି। ପ୍ରଶାସନରେ ଦୁର୍ନୀତି ଚରମ ସୀମାରେ ପହଁଞ୍ଚିଛି। ପ୍ରଶାସନ ଉପରେ ରାଜନେତାଙ୍କ ନିୟନ୍ତ୍ରଣ ନାହିଁ। ଯାହା ଫଳରେ ସରକାରୀ ବାବୁ ମାନେ ଭ୍ରଷ୍ଟାଚାର କରି ଚାଲିଛନ୍ତି। ଏ ସବୁକୁ ନେଇ ଆସନ୍ତା ଏପ୍ରିଲରୁ ଜନ ଆନ୍ଦୋଳନ କରାଯିବ ବୋଲି ସଂଗଠନର ରାଜ୍ୟ ଆବାହକ ସୁବ୍ରତ କୁମାର ନନ୍ଦ ରବିବାର ସ୍ଥାନୀୟ ପୂର୍ତ୍ତ ବିଭାଗ ବଙ୍ଗଳା ଠାରେ ଆୟୋଜିତ ଖବରଦାତା ସମ୍ମିଳନିରେ କହିଛନ୍ତି। ଅବିଭକ୍ତ କୋରାପୁଟ ଜିଲାରେ ଶହଶହ ଏକର ଆଦିବାସୀଙ୍କ ଜମିକୁ ଆନ୍ଧ୍ରର ଦଲାଲମାନେ ହଡପ କରଛନ୍ତି। ସେମାନେ ପଟ୍ଟା ମଧ୍ୟ କରାଇ ନେଇଛନ୍ତି। ଏହାର ତଦନ୍ତ କରାଯାଇ ଆଦିବାସୀ ମାନଙ୍କୁ ସେମାନଙ୍କ ଜମି ଫେରାଇ ଆଣିବା ଦିଗରେ ପଦକ୍ଷେପ ନେବାକୁ ସଂଗଠନ ପକ୍ଷରୁ ଦାବି କରାଯାଇଥଲା। ଖବରଦାତା ସମ୍ମିଳନ୍ନୀରେ ରାଜ୍ୟ ସଂପାଦକ ଶ୍ୟାମ ସୁନ୍ଦର ପଣ୍ଡା,ରାଜ୍ୟ ସଂଯୋଜକ ସୁବାସ ଚନ୍ଦ୍ର ପଣ୍ଡା, ଗୁଣପୁର ଶାଖାର ସଭାପତି ଲକ୍ଷ୍ମୀଚାନ୍ଦ ସାହୁ,ନବରଙ୍ଗପୁର ଶାଖାର ସଭାପତି ଈଶ୍ୱର ରାଓ, ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହିଥିଲୋ ଅପରାହ୍ନରେ ନେତୃମଣ୍ଡଳୀ ରାମନାଗୁଡା ବ୍ଲକ ଗୋଗୁପାଡୁ ପଞ୍ଚାୟତ ଆନ୍ଧ୍ର ଓଡିଶା ସିମାନ୍ତ ଲାଉଗୁଡା ଅଞ୍ଚଳ ଗସ୍ତ କରି ଓଡିଶାର ୧୩୦ ଏକର ଜମି ଉପରେ ଆନ୍ଧ୍ରର ଲୋକମାନେ କବଜା କରି ରହିଥିବା ଅନୁଧ୍ୟାନ କରିଥିଲୋ ଯାହାକୁ ନେଇ ସଂଗଠନ ପକ୍ଷରୁ ଉପଦେବ ପ୍ରକାଶ ପାଇଥିଲାା ଏନେଇ ସଂଗଠନ ପକ୍ଷରୁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବାକୁ ସୋମବାର ଉପଜିଲାପାଲଙ୍କୁ ଦାବୀ ପ୍ରଦ ପ୍ରଦାନ କରାଯିବାକୁ ନିଷ୍ପତ୍ତି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri