ସୁନା ଦୋକାନୀଙ୍କୁ ଉଠାଇନେଲା ଆନ୍ଧ୍ର ପୋଲିସ, ଜାଣନ୍ତୁ କାହିଁକି…

ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା – ଛଣମେରି ଗାଁ ରାସ୍ତାରେ ଥିବା ଶ୍ରୀ ଦୁର୍ଗା ଜୁଏଲର୍ସର ମାଲିକଙ୍କୁ ଗୁରୁବାର ଆନ୍ଧ୍ରପ୍ରଦେଶ କାଶୀବୁଗା ଥାନାର ସତନ୍ତ୍ର ପୋଲିସ ଉଠାଇ ନେଇଥିବା ଜଣାପଡିଛି। ସୁନା ବ୍ୟବସାୟୀ ଜଣଙ୍କ ହେଲେ ଖଜୁରୀପଦା ଗାଁର ପବିତ୍ର ବିଷୋୟୀ। ଆନ୍ଧ୍ରପ୍ରଦେଶ କାଶୀବୁଗା ଥାନା ଇଲାକାରେ ସଂଗଠିତ ଏକାଧିକ ଛିନତାଇ ମାମଲାରେ ଦୁର୍ବୃତ୍ତମାନେ ଲୁଟି ନେଇଥିବା ସୁନା ଗହଣାକୁ ସମ୍ପୃକ୍ତ ଦୋକାନୀ କ୍ରୟ କରିଥିବା ଜଣାପଡିବା ପରେ ଆନ୍ଧ୍ର ପୋଲିସ ଜଣେ ଅଭିଯୁକ୍ତଙ୍କୁ ସାଙ୍ଗରେ ନେଇ ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା ଗ୍ରାମରେ ପହଞ୍ଚିଥିଲେ । ଅଭିଯୁକ୍ତ ଜଣଙ୍କ ସୁନା ଗହଣା ବିକ୍ରି କରିଥିବା ସୁନା ଦୋକାନକୁ ଚିହ୍ନଟ କରିବା ସହ ବ୍ୟବସାୟୀଙ୍କୁ ପୋଲିସ ଅଧିକାରୀଙ୍କୁ ଦେଖାଇଥିଲେ। ପୋଲିସ ସୁନା ବ୍ୟବସାୟୀଙ୍କୁ ଉଠାଇ ନେଇ ତଦନ୍ତ କରିଛି। ବିଳମ୍ବିତ ସନ୍ଧ୍ୟାରେ ଆନ୍ଧ୍ର ପୋଲିସ ବ୍ୟବସାୟୀଙ୍କୁ ନେଇ ଦିଗପହଣ୍ଡି ଥାନାରେ ପହଞ୍ଚିବା ସହ ଚିକିଟି ଏସଡିପିଓ ବିଶାମିତ୍ର ହରପାଲ , ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ରଙ୍କ ସହ ସବିଶେଷ ଆଲୋଚନା କରି ଫେରିଥିବା ଜଣାପଡ଼ିଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri