ଓଡ଼ିଶାରୁ ଅକ୍ସିଜେନ ନେଇ ନିଖୋଜ ଥିବା ଟ୍ୟାଙ୍କର ମିଳିଲା

ଅମରାବତୀ, ୭।୫: ଓଡ଼ିଶାରୁ ଅକ୍ସିଜେନ୍‌ ନେଇ ନିଖୋଜ ହୋଇଯାଇଥିବା ଏକ ଟ୍ୟାଙ୍କରକୁ ଆନ୍ଧ୍ରପ୍ରଦେଶ ପୋଲିସ ଠାବ କରିଛି। ଫଳରେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ପାଖାପାଖି ୪୦୦ ଗୁରୁତର ଆକ୍ରାନ୍ତ।

ଓଡ଼ିଶାରୁ ୧୮ ଟନ୍‌ ଅକ୍ସିଜେନ୍‌ ନେଇ ଟ୍ୟାଙ୍କରଟି ବିଜୟଓ୍ବାଡ଼ା ଯାଉଥିବାବେଳେ ଗୁରୁବାର ବିଳମ୍ବିତ ରାତିରେ ନିଖୋଜ ହୋଇଯାଇଥିଲା। ବିଜୟଓ୍ବାଡ଼ାର ସରକାରୀ ଜେନେରାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ୪୦୦ ରୋଗୀଙ୍କ ପାଇଁ ଅକ୍ସିଜେନ୍‌ ଅତି ଜରୁରୀ ଥିଲା। ହସ୍ପିଟାଲ କର୍ତ୍ତୃପକ୍ଷ ଟ୍ୟାଙ୍କରକୁ ଅପେକ୍ଷା କରିଥିବା ବେଳେ ଏହା ପହଞ୍ଚତ୍ବାରେ ବିଳମ୍ବ ହେବାରୁ ପୋଲିସକୁ ଖବର ଦିଆଯାଇଥିଲା। ଓଡ଼ିଶା-ବିଜୟଓ୍ବାଡ଼ା ରାସ୍ତା ଯେଉଁସବୁ ଜିଲା ପରିସରରେ ଆସୁଛି, ତାହାର ଏସ୍‌ପିମାନଙ୍କୁ ବିଜୟଓ୍ବାଡ଼ା ପୋଲିସ କମିଶନର ସତର୍କ କରାଇଥିଲେ। ଆନ୍ଧ୍ର ପୋଲିସ ପୂର୍ବ ଗୋଦାବରୀ ଜିଲାର ଧର୍ମବରମଠାରେ ଥିବା ଏକ ଢାବା ନିକଟରୁ ଟ୍ୟାଙ୍କରକୁ ଠାବ କରିଥିଲା। କ୍ରମାଗତ ଡ୍ରାଇଭିଂ ଯୋଗୁ ଟ୍ୟାଙ୍କର ଚାଳକ ଥକିଯାଇ ଢାବା ନିକଟରେ ଅଟକିଥିଲେ ବୋଲି ପୋଲିସକୁ କହିଥିଲେ। ସଙ୍ଗେ ସଙ୍ଗେ ପୋଲିସ ଏସ୍‌କର୍ଟରେ ଉକ୍ତ ଟ୍ୟାଙ୍କରକୁ ହସ୍ପିଟାଲ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri