ଓଡ଼ିଶାରୁ ଅକ୍ସିଜେନ ନେଇ ନିଖୋଜ ଥିବା ଟ୍ୟାଙ୍କର ମିଳିଲା

ଅମରାବତୀ, ୭।୫: ଓଡ଼ିଶାରୁ ଅକ୍ସିଜେନ୍‌ ନେଇ ନିଖୋଜ ହୋଇଯାଇଥିବା ଏକ ଟ୍ୟାଙ୍କରକୁ ଆନ୍ଧ୍ରପ୍ରଦେଶ ପୋଲିସ ଠାବ କରିଛି। ଫଳରେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ପାଖାପାଖି ୪୦୦ ଗୁରୁତର ଆକ୍ରାନ୍ତ।

ଓଡ଼ିଶାରୁ ୧୮ ଟନ୍‌ ଅକ୍ସିଜେନ୍‌ ନେଇ ଟ୍ୟାଙ୍କରଟି ବିଜୟଓ୍ବାଡ଼ା ଯାଉଥିବାବେଳେ ଗୁରୁବାର ବିଳମ୍ବିତ ରାତିରେ ନିଖୋଜ ହୋଇଯାଇଥିଲା। ବିଜୟଓ୍ବାଡ଼ାର ସରକାରୀ ଜେନେରାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ୪୦୦ ରୋଗୀଙ୍କ ପାଇଁ ଅକ୍ସିଜେନ୍‌ ଅତି ଜରୁରୀ ଥିଲା। ହସ୍ପିଟାଲ କର୍ତ୍ତୃପକ୍ଷ ଟ୍ୟାଙ୍କରକୁ ଅପେକ୍ଷା କରିଥିବା ବେଳେ ଏହା ପହଞ୍ଚତ୍ବାରେ ବିଳମ୍ବ ହେବାରୁ ପୋଲିସକୁ ଖବର ଦିଆଯାଇଥିଲା। ଓଡ଼ିଶା-ବିଜୟଓ୍ବାଡ଼ା ରାସ୍ତା ଯେଉଁସବୁ ଜିଲା ପରିସରରେ ଆସୁଛି, ତାହାର ଏସ୍‌ପିମାନଙ୍କୁ ବିଜୟଓ୍ବାଡ଼ା ପୋଲିସ କମିଶନର ସତର୍କ କରାଇଥିଲେ। ଆନ୍ଧ୍ର ପୋଲିସ ପୂର୍ବ ଗୋଦାବରୀ ଜିଲାର ଧର୍ମବରମଠାରେ ଥିବା ଏକ ଢାବା ନିକଟରୁ ଟ୍ୟାଙ୍କରକୁ ଠାବ କରିଥିଲା। କ୍ରମାଗତ ଡ୍ରାଇଭିଂ ଯୋଗୁ ଟ୍ୟାଙ୍କର ଚାଳକ ଥକିଯାଇ ଢାବା ନିକଟରେ ଅଟକିଥିଲେ ବୋଲି ପୋଲିସକୁ କହିଥିଲେ। ସଙ୍ଗେ ସଙ୍ଗେ ପୋଲିସ ଏସ୍‌କର୍ଟରେ ଉକ୍ତ ଟ୍ୟାଙ୍କରକୁ ହସ୍ପିଟାଲ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?