Posted inଜାତୀୟ

ପୋଲିସ ସମ୍ମୁଖରେ ଆତ୍ମସମର୍ପଣ କଲେ ୬୦ ମାଓବାଦୀ

ବିଶାଖାପାଟନମ୍‌,୨୯।୬: ଆନ୍ଧ୍ରପ୍ରଦେଶରେ କୁଖ୍ୟାତ ମାଓବାଦୀ ଭନାଥାଲା ରାମ କୃଷ୍ଣଙ୍କୁ ଗିରଫ କରାଯିବା ପରେ ୬୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବୁଧବାର ବିଶାଖାପାଟନମ୍‌ ରେଞ୍ଜର ଡିଆଇଜି ଏସ୍‌ ହରିକୃଷ୍ଣଙ୍କ ଉପସ୍ଥିତିରେ ୬୦ରୁ ଅଧିକ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଏହି ସମସ୍ତ ମାଓବାଦୀମାନେ ସାମାଜିକ ଜୀବନ ସ୍ରୋତରେ ସାମିଲ ହେବେ ବୋଲି ଡିଆଇଜି ହରିକୃଷ୍ଣ ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ଆନ୍ଧ୍ରପ୍ରଦେଶ ପୋଲିସ ମାଓବାଦୀର ଟପ୍‌ କମାଣ୍ଡର ଭନାଥାଲା ରାମ କୃଷ୍ଣଙ୍କୁ ଆଲୁରି ସୀତାରାମ ରାଜୁ ଜିଲାରୁ ଗିରଫ କରାଯାଇଥିଲା ବୋଲି ଏସ୍‌ପି କହିଛନ୍ତି। ମାଓବାଦୀ ଭନାଥାଲାଙ୍କ ଉପରେ ପୋଲିସ ୫ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲା। ସେ ନିଷିଦ୍ଧ କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଇଣ୍ଡିଆ(ସିପିଆଇ)ର ସଦସ୍ୟ ତଥା ଆଲୁରୀ ସୀତାରାମ ରାଜୁ ଜିଲାର ପେଡାବାୟାଲୁ-କୋରୁକୋଣ୍ଡା ଅଞ୍ଚଳର ଆଞ୍ଚଳିକ ସଚିବ ଥିଲେ। ଏଥିସହ ୩୯ଲକ୍ଷ ଟଙ୍କା ମୂଲ୍ୟର ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ମାଓବାଦୀ ସାମଗ୍ରୀ ଜବତ କରାଯାଇଛି ବୋଲି ଡିଆଇଜି ହରିକୃଷ୍ଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri