ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ ଅନୁପ୍ରବେଶ କରି ସର୍ଭେ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରି ଫେରିଯାଇଥିବା ଘଟଣା ପୁଣିଥରେ ଚର୍ଚ୍ଚାକୁ ଆଣିଛି। ଏହା ସତ୍ତ୍ୱେ ଓଡ଼ିଶାର ବ୍ଲକ୍ ପ୍ରଶାସନ ପକ୍ଷରୁ କୌଣସି ପ୍ରଭାବଶୀଳ ପଦକ୍ଷେପ ଦେଖିବାକୁ ମିଳୁନାହିଁ।

ସୂଚନା ଅନୁଯାୟୀ, ବର୍ତ୍ତମାନ ରାଜ୍ୟରେ ଜନଗଣନା ସହ SIR ସର୍ଭେ କାର୍ଯ୍ୟକ୍ରମ ଚାଲିଥିବା ବେଳେ କୋଟିଆ ପଞ୍ଚାୟତରେ ଓଡ଼ିଶା ପକ୍ଷରୁ ଜନଗଣନା କାର୍ଯ୍ୟ ସମାପ୍ତ ହୋଇଛି ଏବଂ ବର୍ତ୍ତମାନ SIR ସର୍ଭେ ଆରମ୍ଭ ହୋଇଛି। କିନ୍ତୁ ଏହି ସମୟରେ ମଧ୍ୟ ଆନ୍ଧ୍ର ପ୍ରଶାସନ ପଛଘୁଞ୍ଚା ନଦେଇ କୋଟିଆ ଅଞ୍ଚଳକୁ ପ୍ରବେଶ କରି ନିଜ ଉପସ୍ଥିତି ଜାହିର କରିଛି।

ଏହି ଅନୁପ୍ରବେଶ ସମୟରେ ଆନ୍ଧ୍ର ପ୍ରଦେଶର ପାର୍ବତୀପୁରମ୍ ମାନ୍ୟମ୍ ଜିଲାର ଅଧିକାରୀ କେଶବ ରାଓ ଓ ସାଲୁର୍ ବ୍ଲକ୍ ତହସିଲଦାର ଏମ୍. ସୁରେଶ କୁମାର ସହ ଅନ୍ୟାନ୍ୟ ଅଧିକାରୀମାନେ କୋଟିଆ ପଞ୍ଚାୟତର ଫାଟୁସିନେରୀ ଓ ଫଗୁଣସିନେରୀ ଗ୍ରାମରେ ପହଞ୍ଚିଥିଲେ। ସେଠାରେ ସେମାନେ SIR ସର୍ଭେ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିବା ସହ ଗ୍ରାମବାସୀଙ୍କ ସହ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ନେଇ ଆଲୋଚନା କରିଥିଲେ।

ଏହା ସତ୍ତ୍ୱେ ଓଡ଼ିଶାର ସ୍ଥାନୀୟ ବ୍ଲକ୍ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ବା କଠୋର ପଦକ୍ଷେପ ଦେଖାଯାଇନାହିଁ। ଅନ୍ୟପଟେ, କୋଟିଆ ଅଞ୍ଚଳରେ ଆନ୍ଧ୍ର ପ୍ରଶାସନର ଏପରି ନିୟମିତ ଅନୁପ୍ରବେଶ ଜାରି ରହିଥିବା ବେଳେ, ଓଡ଼ିଶା ପ୍ରଶାସନ କେବଳ ତଦନ୍ତ କରି ଜିଲା ପ୍ରଶାସନକୁ ରିପୋର୍ଟ ପ୍ରଦାନ କରିବାରେ ସୀମିତ ରହୁଥିବା ଦେଖିବାକୁ ମିଳିଛି।

ଏହି ପରିସ୍ଥିତି ରାଜ୍ୟ ଓ ଜିଲା ପ୍ରଶାସନ ପାଇଁ ଚିନ୍ତା ବଢ଼ାଇଥିବା ସହ, ଆଗାମୀ ଦିନରେ କେମିତି ପଦକ୍ଷେପ ଗ୍ରହଣ କରାଯିବ ସେଥିପାଇଁ ପ୍ରଶ୍ନ ଉଠାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri