Posted inଜାତୀୟ

ଆନ୍ଧ୍ରପ୍ରଦେଶ ଜିଲା ସଂଖ୍ୟା ଦୁଇଗୁଣା, ୧୩ ରୁ୨୬ କୁ ବୃଦ୍ଧି…

ହାଇଦ୍ରାବାଦ୍‌, ୪।୪ : ଆନ୍ଧ୍ରପ୍ରଦେଶର ଜିଲ୍ଲା ସଂଖ୍ୟା ସୋମବାରଠାରୁ ଦୁଇଗୁଣା ହୋଇ ୧୩ ରୁ ୨୬କୁ ବୃଦ୍ଧି ପାଇବ। ରାଜ୍ୟରେ ନୂତନ ଜିଲା ଗଠନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ଏହି ୧୩ ଟି ନୂଆ ଜିଲାକୁ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀ ଲୋକାର୍ପିତ କରିବେ। ଶନିବାର ରାତିରେ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଥିଲା ଯେ ଏପ୍ରିଲ ୪ (ସୋମବାର) ରୁ ସମସ୍ତ ନୂତନ ଜିଲା କାର୍ଯ୍ୟ କରିବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ବିବୃତ୍ତିରେ କହିଛି ଯେ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଲୋକଙ୍କ ପାଇଁ ଜିଲା ପୋର୍ଟାଲ ଏବଂ ହ୍ୟାଣ୍ଡବୁକ ଲଞ୍ଚ କରିବେ।
ରାଜ୍ୟର ୨୪ଟି ଲୋକସଭା ନିର୍ବାଚନମଣ୍ଡଳୀ ଆଧାରରେ ନୂତନ ଜିଲା ଗଠନ କରାଯାଉଛି। ବିଶାଖାପଟ୍ଟନମ ଆରାକୁ ଲୋକସଭା ନିର୍ବାଚନମଣ୍ଡଳୀରେ ଅନ୍ତର୍ଭୁକ୍ତ। ଏହାକୁ ଦୁଇଟି ଜିଲ୍ଲାରେ ବିଭକ୍ତ କରାଯାଇଛି। ନୂତନ ଜିଲାଗୁଡ଼ିକର ନାମ ହେଉଛି ମନିଆମ, ଅଲୁରି ସୀତାରାମ ରାଜୁ, ଅନାକାପଲ୍ଲୀ, କାକିନାଡା, କୋନା ସେମା, ଏଲୁରୁ, ଏନଟିଆର, ବାପାଟିଆ, ପାଲନାଡୁ, ନନ୍ଦିଆଲ, ଶ୍ରୀ ସାଥାଇସାଇ, ଅନାମାୟା, ଶ୍ରୀ ବାଲାଜୀ। ପ୍ରଶାସନିକ ପ୍ରକ୍ରିୟାକୁ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜଗନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଦର୍ଶାଇଛନ୍ତି ଯେ ଅଧିକାରୀମାନଙ୍କୁ ଏପ୍ରିଲ ୪ ରେ ଜିଲା କାର୍ଯ୍ୟାଳୟରେ ପହଞ୍ଚିବାକୁ ପଡିବ। ନୂତନ ଭାବେ ସୃଷ୍ଟି ହୋଇଥିବା ଜିଲାଗୁଡ଼ିକରେ ଜିଲାପାଳ ଏବଂ ପୋଲିସ ଅଧୀକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ଜାନୁଆରୀରେ, ରାଜ୍ୟ ସରକାର ବିଦ୍ୟମାନ ୧୩ଟି ମଧ୍ୟରୁ ୨୬ଟି ଜିଲା ସୃଷ୍ଟି କରିବାକୁ ଏକ ଡ୍ରାଫ୍ଟ ବିଜ୍ଞପ୍ତି ଜାରି କରିଥିଲେ ଏବଂ ଏନେଇ ପରାମର୍ଶ ଓ ଆପତ୍ତି ମଧ୍ୟ ଲୋକଙ୍କଠାରୁ ଗ୍ରହଣ କରା ଯାଇଥିଲା।

ଏହାପୂର୍ବରୁ ୧୯୭୯ ରେ ଆନ୍ଧ୍ରପ୍ରଦେଶରେ ଏକ ନୂତନ ଜିଲା ବିଜୟନଗରମ୍‌ ଗଠନ କରାଯାଇଥିଲା।
ବର୍ତ୍ତମାନର ନୂଆ ଜିଲା ପାଇଁ ରାଜ୍ୟ ସରକାରଙ୍କ କ୍ୟାବିନେଟ ୨୫ ଜାନୁଆରୀରେ ନିଷ୍ପତ୍ତି ଗ୍ରହଣ କରିଥିଲେ। ଏହା ପରେ ଯୋଜନା ସଚିବ ଜିଏସଆରକେଆର ବିଜୟକୁମାର ମୁଖ୍ୟ ଶାସନ ସଚିବ ସମୀର ଶର୍ମାଙ୍କୁ ସୁପାରିଶ କରିଥିଲେ। ପରେ ସମସ୍ତ ଜିଲା ପାଇଁ ବିଜ୍ଞପ୍ତି ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?