‘ସରକାରଙ୍କ ଉଦାସୀନତାରୁ ସୀମାନ୍ତବାସୀ ଆନ୍ଧ୍ରମୁହାଁ’

ପଟ୍ଟାଙ୍ଗୀ/କୋରାପୁଟ, ୧୧।୩(ଡି.ଏନ୍‌.ଏ./ସ୍ବ.ପ୍ର.):ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବୁଧବାର କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତ ଗସ୍ତ କରିଛନ୍ତି। ସେ ଅଞ୍ଚଳବାସୀଙ୍କ ସହ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାପରେ କୋଟିଆ ପଞ୍ଚାୟତ କାର୍ଯ୍ୟାଳରେ ଅନୁଷ୍ଠିତ ବୈଠକରେ ସେ ଯୋଗଦେଇଥିଲେ। ଅଞ୍ଚଳବାସୀଙ୍କ ଜୀବନ ଜୀବିକା ପାଇଁ ରାଜ୍ୟ ସରକାର ଯେପର୍ଯ୍ୟନ୍ତ ସହଯୋଗ କରିନାହାନ୍ତି ସେ ପର୍ଯ୍ୟନ୍ତ କଂଗ୍ରେସ ପଞ୍ଚାୟତବାସୀଙ୍କ ପାଇଁ ଲଢ଼ିବ। ସରକାରଙ୍କ ଉଦାସୀନତା ଯୋଗୁ ସୀମାନ୍ତବାସୀ ଆନ୍ଧ୍ର ମୁହାଁ ହେଉଛନ୍ତି ବୋଲି ନିରଞ୍ଜନ କହିଛନ୍ତି।
ସୂଚନା ଅନୁଯାୟୀ, ବୁଧବାର ମଧ୍ୟାହ୍ନରେ ନିରଞ୍ଜନ କୁନ୍ଦୁଲି ସାପ୍ତାହିକ ହାଟରେ ପହଞ୍ଚତ୍ ସେଠାରେ ଉପସ୍ଥିତ ବିଧାୟକ ଓ ଦଳୀୟ କର୍ମୀଙ୍କ ସହ ଆଲୋଚନା କରିଥିଲେ। ଏହାପରେ ସେମାନେ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମ ଅଭିମୁଖେ ବାହାରିଥିଲେ। ଗ୍ରାମରେ ଆନ୍ଧ୍ର ସରକାର ପକ୍ଷରୁ ମିଳିଥିବା ଆବାସ ଗୃହ ସବୁ ଦେଖିଥିଲେ। ସେହିଭଳି ଉକ୍ତ ଗ୍ରାମରେ ଆମଦାନୀ ହେଉଥିବା ତେନ୍ତୁଳି, ଝାଡୁ, ହଳଦୀ ଫସଲ କିଭଳି ବିକ୍ରି ହେଉଛି ସେ ସମ୍ପର୍କରେ ପଚାରି ବୁଝିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ବଜାର ବ୍ୟବସ୍ଥା ନାହିଁ। କୁନ୍ଦୁଲି ସାପ୍ତାହିକ ହାଟ ଏଠାରୁ ଅନେକ ଦୂର। ତେଣୁ ପଡ଼ୋଶୀ ଆନ୍ଧ୍ରର ବ୍ୟବସାୟୀଙ୍କୁ ଫସଲ ବିକ୍ରିକରି ଉଚିତ ମୂଲ୍ୟ ପାଉଛନ୍ତି ବୋଲି ଗ୍ରାମବାସୀ କହିଛନ୍ତି। ଓଡ଼ିଶାରେ ରହିଲେ ମଧ୍ୟ ଆନ୍ଧ୍ର ସରକାର ସେମାନଙ୍କ ଭଲମନ୍ଦ ବୁଝୁଛନ୍ତି। ତେଣୁ ପୂର୍ବ ପୁରୁଷ ଅମଳରୁ ଆନ୍ଧ୍ରରେ ଭୋଟ ଦେଇ ଆସୁଛନ୍ତି ବୋଲି ଗ୍ରାମବାସୀ ପିସିସି ସଭାପତିଙ୍କୁ କହିଛନ୍ତି। ରାଜ୍ୟ ସରକାର ଦୁଇଟି ପର୍ଯ୍ୟାୟରେ କୋଟିଆ ପାଇଁ ୧୮୦ କୋଟି ପ୍ରଦାନ କରିଛନ୍ତି। କିନ୍ତୁ ସୀମାନ୍ତ ଗ୍ରାମବାସୀଙ୍କ ଜୀବନ ଜୀବିକାକୁ ଗୁରୁତ୍ୱ ଦେଉନାହାନ୍ତି। ଲୋକଙ୍କ ସମସ୍ୟା ନେଇ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ନିରଞ୍ଜନ କହିଛନ୍ତି। ସେହିଭଳି କଂଗ୍ରେସ୍‌ ଏମ୍‌ପି ସପ୍ତଗିରି ଉଲ୍ଲାକା କୋଟିଆକୁ ପୋଷ୍ୟ ପଞ୍ଚାୟତଭାବେ ଗ୍ରହଣ କରିଛନ୍ତି। ଏହାର ବିକାଶ ଉପରେ ଗୁରୁତ୍ୱ ଦେବେ ବୋଲି କହିଥିବା ବେଳେ ଫଗୁଣସିନେରି ଗ୍ରାମବାସୀଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି। ଏହି ଗସ୍ତ ସମୟରେ ପିସିସି ରାଜ୍ୟ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, ସାନଖେମୁଣ୍ଡି ବିଧାୟକ ରମେଶ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri