‘ସରକାରଙ୍କ ଉଦାସୀନତାରୁ ସୀମାନ୍ତବାସୀ ଆନ୍ଧ୍ରମୁହାଁ’

ପଟ୍ଟାଙ୍ଗୀ/କୋରାପୁଟ, ୧୧।୩(ଡି.ଏନ୍‌.ଏ./ସ୍ବ.ପ୍ର.):ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବୁଧବାର କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତ ଗସ୍ତ କରିଛନ୍ତି। ସେ ଅଞ୍ଚଳବାସୀଙ୍କ ସହ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାପରେ କୋଟିଆ ପଞ୍ଚାୟତ କାର୍ଯ୍ୟାଳରେ ଅନୁଷ୍ଠିତ ବୈଠକରେ ସେ ଯୋଗଦେଇଥିଲେ। ଅଞ୍ଚଳବାସୀଙ୍କ ଜୀବନ ଜୀବିକା ପାଇଁ ରାଜ୍ୟ ସରକାର ଯେପର୍ଯ୍ୟନ୍ତ ସହଯୋଗ କରିନାହାନ୍ତି ସେ ପର୍ଯ୍ୟନ୍ତ କଂଗ୍ରେସ ପଞ୍ଚାୟତବାସୀଙ୍କ ପାଇଁ ଲଢ଼ିବ। ସରକାରଙ୍କ ଉଦାସୀନତା ଯୋଗୁ ସୀମାନ୍ତବାସୀ ଆନ୍ଧ୍ର ମୁହାଁ ହେଉଛନ୍ତି ବୋଲି ନିରଞ୍ଜନ କହିଛନ୍ତି।
ସୂଚନା ଅନୁଯାୟୀ, ବୁଧବାର ମଧ୍ୟାହ୍ନରେ ନିରଞ୍ଜନ କୁନ୍ଦୁଲି ସାପ୍ତାହିକ ହାଟରେ ପହଞ୍ଚତ୍ ସେଠାରେ ଉପସ୍ଥିତ ବିଧାୟକ ଓ ଦଳୀୟ କର୍ମୀଙ୍କ ସହ ଆଲୋଚନା କରିଥିଲେ। ଏହାପରେ ସେମାନେ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମ ଅଭିମୁଖେ ବାହାରିଥିଲେ। ଗ୍ରାମରେ ଆନ୍ଧ୍ର ସରକାର ପକ୍ଷରୁ ମିଳିଥିବା ଆବାସ ଗୃହ ସବୁ ଦେଖିଥିଲେ। ସେହିଭଳି ଉକ୍ତ ଗ୍ରାମରେ ଆମଦାନୀ ହେଉଥିବା ତେନ୍ତୁଳି, ଝାଡୁ, ହଳଦୀ ଫସଲ କିଭଳି ବିକ୍ରି ହେଉଛି ସେ ସମ୍ପର୍କରେ ପଚାରି ବୁଝିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ବଜାର ବ୍ୟବସ୍ଥା ନାହିଁ। କୁନ୍ଦୁଲି ସାପ୍ତାହିକ ହାଟ ଏଠାରୁ ଅନେକ ଦୂର। ତେଣୁ ପଡ଼ୋଶୀ ଆନ୍ଧ୍ରର ବ୍ୟବସାୟୀଙ୍କୁ ଫସଲ ବିକ୍ରିକରି ଉଚିତ ମୂଲ୍ୟ ପାଉଛନ୍ତି ବୋଲି ଗ୍ରାମବାସୀ କହିଛନ୍ତି। ଓଡ଼ିଶାରେ ରହିଲେ ମଧ୍ୟ ଆନ୍ଧ୍ର ସରକାର ସେମାନଙ୍କ ଭଲମନ୍ଦ ବୁଝୁଛନ୍ତି। ତେଣୁ ପୂର୍ବ ପୁରୁଷ ଅମଳରୁ ଆନ୍ଧ୍ରରେ ଭୋଟ ଦେଇ ଆସୁଛନ୍ତି ବୋଲି ଗ୍ରାମବାସୀ ପିସିସି ସଭାପତିଙ୍କୁ କହିଛନ୍ତି। ରାଜ୍ୟ ସରକାର ଦୁଇଟି ପର୍ଯ୍ୟାୟରେ କୋଟିଆ ପାଇଁ ୧୮୦ କୋଟି ପ୍ରଦାନ କରିଛନ୍ତି। କିନ୍ତୁ ସୀମାନ୍ତ ଗ୍ରାମବାସୀଙ୍କ ଜୀବନ ଜୀବିକାକୁ ଗୁରୁତ୍ୱ ଦେଉନାହାନ୍ତି। ଲୋକଙ୍କ ସମସ୍ୟା ନେଇ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ନିରଞ୍ଜନ କହିଛନ୍ତି। ସେହିଭଳି କଂଗ୍ରେସ୍‌ ଏମ୍‌ପି ସପ୍ତଗିରି ଉଲ୍ଲାକା କୋଟିଆକୁ ପୋଷ୍ୟ ପଞ୍ଚାୟତଭାବେ ଗ୍ରହଣ କରିଛନ୍ତି। ଏହାର ବିକାଶ ଉପରେ ଗୁରୁତ୍ୱ ଦେବେ ବୋଲି କହିଥିବା ବେଳେ ଫଗୁଣସିନେରି ଗ୍ରାମବାସୀଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି। ଏହି ଗସ୍ତ ସମୟରେ ପିସିସି ରାଜ୍ୟ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, ସାନଖେମୁଣ୍ଡି ବିଧାୟକ ରମେଶ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri