ବାଲସୁବ୍ରମଣ୍ୟମଙ୍କୁ ଭିନ୍ନ ଢଙ୍ଗରେ ସମ୍ମାନ ଜଣାଇଲେ ଆନ୍ଧ୍ରପ୍ରଦେଶ ସରକାର

ଚେନ୍ନାଇ: ବଲିଉଡ୍ ତଥା ସାଉଥ୍ ଫିଲ୍ମ ଦୁନିଆର ବେଶ୍ ପରିଚିତ ଗାୟକ ଏସ୍ ପି ବାଲସୁବ୍ରମଣ୍ୟମଙ୍କର ସେପ୍ଟେମ୍ବର ୨୫ରେ ପରଲୋକ ହୋଇଛି । ତାଙ୍କ ବିୟୋଗରେ ମନୋରଞ୍ଜନ ଦୁନିଆରେ ଶୋକର ଛାୟା ଖେଳି ଯାଇଥିଲା । ଏବେ ବାଲସୁବ୍ରମଣ୍ୟମଙ୍କୁ ଆନ୍ଧ୍ରପ୍ରଦେଶ ସରକାର ବିଶେଷ ଭାବେ ତଥା ଭିନ୍ନ ଢଙ୍ଗରେ ସମ୍ମାନ ଦେବେ ବୋଲି ନିଷ୍ପତ୍ତି ନେଇଛନ୍ତି । ଯାହାକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ବାଲସୁବ୍ରମଣ୍ୟମ ତାଙ୍କ କ୍ୟାରିୟରରେ ଅନେକ ସୁମଧୁର ଗୀତ ଭେଟି ଦେଇଛନ୍ତି ଶ୍ରୋତା ତଥା ଦର୍ଶକଙ୍କୁ । ସିନେମା ଜଗତକୁ ତାଙ୍କର ଅବଦାନକୁ ଦେଖି ଆନ୍ଧ୍ରପ୍ରଦେଶ ସରକାର ଏକ ସ୍କୁଲର ନାମ ତାଙ୍କ ନାମ ଅନୁସାରେ ରଖିବେ ବୋଲି ସ୍ଥିର କରିଛନ୍ତି । ଏହି ସୂଚନା ଆନ୍ଧ୍ରପ୍ରଦେଶ ସରକାରରେ ଉଦ୍ୟୋଗ, ବାଣିଜ୍ୟ ଓ ସୂଚନା ପ୍ରାଦ୍ୟୋଗିକ ମନ୍ତ୍ରୀ ଥିବା ମେକପାଟି ଗୌତମ ରେଡ୍ଡି ତାଙ୍କ ସୋସିଆଲ ମଡିଆ ଆକାଉଣ୍ଟ ମାଧ୍ୟମରେ ଜଣାଇଛନ୍ତି । ସେ ଲେଖିଛନ୍ତି ନିଲ୍ଲୋରରେ ଥିବା ଗମେଣ୍ଟ ସ୍କୁଲ ଅଫ୍ ମ୍ୟୁଜିକ ଆଣ୍ଡ ଡ୍ୟାନ୍ସର ନାମ ପରିବର୍ତ୍ତନ କରି ବାଲସୁବ୍ରମଣ୍ୟମଙ୍କ ନାମରେ ନାମିତ କରାଯିବ । ସରକାର ସ୍ଥିର କରିଛନ୍ତି ଏହି ସ୍କୁଲର ନାମ ଡା. ଏସ୍ ପି ବାଲସୁବ୍ରମଣ୍ୟମ ଗମେଣ୍ଟ ସ୍କୁଲ ଅଫ୍ ମ୍ୟୁଜିକ ଆଣ୍ଡ ଡ୍ୟାନ୍ସ ରଖାଯିବ । ଏବେ ମନ୍ତ୍ରୀ ମେକପାଟିଙ୍କ ଏହି ଟୁଇଟ୍ ଭାଇରାଲ ହେବାରେ ଲାଗିଛି । ବାଲସୁବ୍ରମଣ୍ୟମଙ୍କ ପ୍ରଶଂସକ ଏହାକୁ ଖୁବ୍ ପସନ୍ଦ କରିଛନ୍ତି । ସୂଚନାଯୋଗ୍ୟ, ୭୪ ବର୍ଷ ବୟସରେ ବାଲସୁବ୍ରମଣ୍ୟମଙ୍କର ଦେହାନ୍ତ ହୋଇଥିଲା । ରାଜକୀୟ ସମ୍ମାନ ସହ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା ।

https://twitter.com/MekapatiGoutham/status/1331943705696092161?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1331943705696092161%7Ctwgr%5E%7Ctwcon%5Es1_&ref_url=https%3A%2F%2Fwww.amarujala.com%2Fphoto-gallery%2Fentertainment%2Fbollywood%2Fandhra-pradesh-government-has-announced-that-a-music-school-at-nellore-will-be-named-legendary-singer-sp-balasubramanian


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri