ସୁପ୍ରିମକୋର୍ଟଙ୍କ ରାୟକୁ ଗୁରୁତ୍ୱ ଦେଉନି ଆନ୍ଧ୍ର

ପଟ୍ଟାଙ୍ଗୀ,୮ା୯(ଡି.ଏନ୍‌.ଏ.):ଓଡ଼ିଶା ଏବଂ ଆନ୍ଧ୍ର ମଧ୍ୟରେ କୋଟିଆ ପଞ୍ଚାୟତକୁ ନେଇ ଲାଗି ରହିଥିବା ବିବାଦ ରାଜନୈତିକ ସ୍ତରରେ ଆଲୋଚନାକରି ୬ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ଉଭୟ ରାଜ୍ୟ ସରକାରଙ୍କୁ ନିକଟରେ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ କୋର୍ଟ ମାମଲାର ଶୁଣାଣି କରିବେ ବୋଲି କହିଥିଲେ। ତେବେ ସୁପ୍ରିମକୋର୍ଟଙ୍କ ଏହି ରାୟର କୌଣସି ପ୍ରଭାବ ଆନ୍ଧ୍ର ଉପରେ ପଡ଼ି ନ ଥିବା ଦେଖିବାକୁ ମିଳିଛି।
ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ ମଧ୍ୟ ଆନ୍ଧ୍ର ପୁଣି ସୋମବାର କୋଟିଆର ନେରେଡିବାଲସା ଗ୍ରାମରେ ଅଭିଯୋଗ ଶୁଣାଣି ଦିବସ ସ୍ପନ୍ଦନା କାର୍ଯ୍ୟକ୍ରମ କରିଛି। ଗ୍ରାମବାସୀଙ୍କଠାରୁ ବିଭିନ୍ନ ସମସ୍ୟା ସମ୍ପର୍କରେ ଲିଖିତ ଅଭିଯୋଗପତ୍ର ଗ୍ରହଣ କରିଛି। ନେରେଡିବାଲସା ଗ୍ରାମ ଆନ୍ଧ୍ର ପୋଲିସ ଅଧୀନରେ ଥିବା ଦର୍ଶାଇ କୋଟିଆ ପଞ୍ଚାୟତ ପାଇଁ ଥିବା ଏସ୍‌ଆଇ ରୋହିନି ପାତିଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ହୋଇଛି। ଏହି ସମୟରେ ନେରେଡିବାଲସା ସମେତ ଧୂଳିପଦର, ଉପରସେମ୍ବି, ତଳସେମ୍ବି ଗ୍ରାମର ଲୋକେ ସାଲୁରୁକୁ ପ୍ରତ୍ୟହ ଯାତାୟାତ ଲାଗି ଏକ ବସ୍‌ ଚଳାଚଳ ପାଇଁ ଦାବି ଜଣାଇଥିଲେ। ସପ୍ତାହକୁ ୨/୩ ଦିନ ସ୍ବାସ୍ଥ୍ୟସେବା ଶିବିର କରିବା, ଜାତିଗତ ପ୍ରମାଣପତ୍ର ଓ ପାନୀୟ ଜଳ ଯୋଗାଣ ସୁବିଧା କରିବା ଲାଗି ଗ୍ରାମବାସୀ ଆନ୍ଧ୍ର ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦେଇଥିଲେ। ନେରେଡିବାଲସା ଗ୍ରାମର ଦୁଇଭଉଣୀ ରହୁଥିବା ଘର ଉପରେ ତେନ୍ତୁଳି ଗଛ ପଡି ଘରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଥିବା ଜାଣିବା ପରେ ଏସ୍‌ଆଇ ପାତି ଦୁଇ ଭଉଣୀଙ୍କ ନିକଟରେ ପହଞ୍ଚତ୍ ଆଲୋଚନା କରିଥିଲେ। ଏନେଇ ଏକ ରିପୋର୍ଟ ବିଜୟନଗରମ ଜିଲା ପୋଲିସ ପ୍ରଶାସନକୁ ଦେଇଥିଲେ। ତେବେ ଏହି ସମୟରେ ଦୁଇ ଭଉଣୀ ପଟ୍ଟାଙ୍ଗୀ ବ୍ଲକ ପ୍ରଶାସନ ପକ୍ଷରୁ ସେମାନେ ୧୦ ହଜାର ଟଙ୍କା ଆର୍ଥତ୍କ ସହାୟତା ପାଇଥିବା କହିବାରୁ ଏସ୍‌ଆଇ ପାତି ଉଭୟଙ୍କୁ କିଛି ଅର୍ଥ ସହାୟତା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri