Posted inଜାତୀୟ

ଆନ୍ଧ୍ରପ୍ରଦେଶ ଶିଳ୍ପମନ୍ତ୍ରୀଙ୍କ ହୃଦଘାତରେ ପରଲୋକ

ହାଇଦ୍ରାବାଦ,୨୧।୨: ହୃଦଘାତରେ ଆନ୍ଧ୍ରପ୍ରଦେଶର ଶିଳ୍ପମନ୍ତ୍ରୀ ମେକାପଟି ଗୌଥମ ରେଡ୍ଡୀଙ୍କ ସୋମବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୦ ବର୍ଷ ବୟସ ହୋଇଥିଲା। ସୋମବାର ଘରେ ଥିବା ବେଳେ ସେ ଚେତାଶୂନ୍ୟ ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା ଆରମ୍ଭ କରିଥିଲେ। ହସ୍ପିଟାଲ ଆସିବା ସମୟରେ ଗୌଥମ ହୃଦଘାତର ଶିକାର ହୋଇଥିଲେ। ତାଙ୍କ ନିଃଶ୍ୱାସପ୍ରଶ୍ୱାସ ଚାଲୁ ନ ଥିଲା। ଡାକ୍ତରୀ ଟିମ୍‌ ତାଙ୍କ ଜୀବନ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ହେଲେ ତାଙ୍କର ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।

ସେ ଆନ୍ଧ୍ର ସରକାରରେ ଶିଳ୍ପ ମନ୍ତ୍ରୀସହ ଅତିରିକ୍ତ ଭାବେ ସୂଚନା ଓ ପ୍ରଯୁକ୍ତି ବିଭାଗ ଦାୟିତ୍ୱ ସମ୍ଭାଳୁ ଥିଲେ। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଯୁବ ସହଯୋଗୀଙ୍କୁ ହରାଇ ଥିବା କହିଛନ୍ତି।

ମନ୍ତ୍ରୀ ଗୌତମ ରେଡ୍ଡୀ ପୂର୍ବତନ ସାଂସଦ ମେକାପତି ରାଜମୋହନ ରେଡ୍ଡୀଙ୍କ ପୁଅ। ୨୦୧୪ରେ ଗୌଥମ ପ୍ରଥମଥର ପାଇଁ ଆତ୍ମାକୁର ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ପୁଣି ଉକ୍ତ ଆସନରୁ ବିଜୟୀ ହୋଇଥିଲେ। ଜଗନ ମୋହନ ରେଡ୍ଡୀ ମୁଖ୍ୟମନ୍ତ୍ରୀ ହେବା ପରେ ଗୌଥମ ମନ୍ତ୍ରୀ ପଦ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri