Posted inଜାତୀୟ

ଶାଶୁ ଅପମାନ ଦେବାରୁ ୨ ପୁତୁରାଙ୍କୁ ପିଟି ପିଟି ହତ୍ୟା

ହାଇଦ୍ରାବାଦ,୨୯।୬: ଦୁଇ ନାବାଳକ ପୁତୁରା(ଜଣେ ୭ ବର୍ଷର ଓ ଜଣେ ୧୦ ବର୍ଷ)ଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ସେମାନଙ୍କ ମଉସା। ଆନ୍ଧ୍ର ପ୍ରଦେଶର ଗୁଣ୍ଟୁର ଜିଲାରେ ସୋମବାର ଏଭଳି ଘଟିଛି ଜଘନ୍ନ୍ୟ ହତ୍ୟାକାଣ୍ଡ।

ପାର୍ଥିବ ସାହାସାଓ୍ବତ ଓ ରୋହନ ଅଶ୍ୱିନଙ୍କୁ ଗୁରୁତର ଅବସ୍ଥାରେ ଜିଲା ସରକାରୀ ହସ୍ପିଟାଲକୁ ଅଣାଯାଇଥିଲା। ସେମାନଙ୍କ ମଉସା (ମା’ଙ୍କ ଭଉଣୀର ସ୍ବାମୀ) ଶ୍ରୀନିବାସ ରାଓ ସେମାନଙ୍କୁ ଖୁବ୍‌ ପିଟି ଥିଲେ। ଯାହା ଫଳରେ ଦୁଇ ଭାଇଙ୍କ ମୁଣ୍ଡ ସମେତ ଦେହର ବିଭିନ୍ନ ଅଙ୍ଗରେ ଗଭୀର ଆଘାତ ସୃଷ୍ଟି ହୋଇଥିଲା।

ମୃତ ନାବାଳକଙ୍କ ବାପା ମା’ କୋଟେସ୍ବାରା ରାଓ ଉମା ଦେବୀ ବେଙ୍ଗାଲୁରୁରେ ଦିନ ମଜୁରିଆ ଭାବେ କାମ କରୁଛନ୍ତି। ଲକ୍‌ଡାଉନ ଯୋଗୁ ଛୁଆଙ୍କୁ ମାମୁ ଘରେ ଛାଡ଼ି ଯାଇଥିଲେ। ସୋମବାର ଦୁଇ ପୁତୁରାଙ୍କୁ ଏକ ଘରେ ବନ୍ଦ କରି ଖୁବ୍‌ ପିଟିବା ପରେ ରକ୍ତାକ୍ତ ଅବସ୍ଥାରେ ଛାଡ଼ି ଦେଇଥିଲେ ଶ୍ରୀନିବାସ। କିନ୍ତୁ ଦୁଇ ପୁତୁରାଙ୍କ ସହ ଖେଳୁଥିବା ନିଜ ପୁଅଙ୍କୁ ଛୁଇଁ ନ ଥିଲେ।

ଶାଶୁଙ୍କ ଦ୍ୱାରା ଅପମାନିତ ହେବା ପରେ କ୍ରୋଧିତ ହୋଇ ଶ୍ରୀନିବାସ ଏଭଳି କାଣ୍ଡ ଘଟାଇଥିଲେ। ତାଙ୍କୁ ହସ୍ପିଟାଲରୁ ଗିରଫ କରାଯାଇଛି। ମୃତକଙ୍କ ଜେଜେମାଙ୍କ ଅଭିଯୋଗ କ୍ରମେ ଆମେ ମାମଲା ରୁଜୁ କରି ତଦନ୍ତ ଚଲାଇଛୁ ବୋଲି ହତ୍ୟାକାଣ୍ଡର ତଦନ୍ତ କରୁଥିବା ରେପାଲେ ସର୍କଲ ଇନସ୍ପେକ୍ଟର ସୂର୍ଯ୍ୟନାରାୟଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?