Posted inଜାତୀୟ

ପରୀକ୍ଷା ଫଳ ପ୍ରକାଶ ପାଇବାର ୪୮ ଘଣ୍ଟା ଭିତରେ ୯ ଜଣ ଛାତ୍ର କଲେ ଆତ୍ମହତ୍ୟା

ବିଶାଖାପଟ୍ଟନମ,୨୯।୪: ଆନ୍ଧ୍ର ପ୍ରଦେଶରେ ୯ ଜଣ ଛାତ୍ର ଆତ୍ମହତ୍ୟା କରିଥିବା ଖବର ଆସିଛି। ଆନ୍ଧ୍ର ପ୍ରଦେଶ ବୋର୍ଡ ରିଜଲ୍ଟ ବାହାରିବାର ୪୮ ଘଣ୍ଟା ମଧ୍ୟରେ ଏହି ଛାତ୍ରମାନେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପରୀକ୍ଷାରେ ଅସଫଳ ହେବା କାରଣରୁ ଏମାନେ ଏଭଳି ପଦକ୍ଷେପ ନେଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଆନ୍ଧ୍ର ପ୍ରଦେଶର ବୋର୍ଡ ଅଫ ଇଣ୍ଟରମିଡିଏଟ ପରୀକ୍ଷା ଏକାଦଶ ଓ ଦ୍ୱାଦଶ ଶ୍ରେଶୀର ଫଳାଫଳ ବୁଧବାର ପ୍ରକାଶ ପାଇଥିଲା। ଆନ୍ଧ୍ର ପ୍ରଦେଶ ବୋର୍ଡ ପରୀକ୍ଷାରେ ଚଳିତ ବର୍ଷ ପ୍ରାୟ ୧୦ଲକ୍ଷ ପରୀକ୍ଷାର୍ଥୀ ସାମିଲ ହୋଇଥିଲେ। ଏମାନଙ୍କ ମଧ୍ୟରୁ ଏକାଦଶରେ ୬୧ ପ୍ରତିଶତ ଓ ଦ୍ୱାଦଶରେ ୭୨ ପ୍ରତିଶତ ପରୀକ୍ଷାର୍ଥୀ ଉତ୍ତିର୍ଣ୍ଣ ହୋଇଛନ୍ତି।

ରାଜ୍ୟର ବିଭିନ୍ନ ସ୍ଥାନରୁ ମିଶାଇ ପ୍ରାୟ ୯ ଜଣ ଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଆଉ ଏମାନେ ସମସ୍ତେ ପରୀକ୍ଷାରେ କୃତକାର୍ଯ୍ୟ ନ ହେବାରୁ ଏମିତି ପଦକ୍ଷେପ ନେଇଥିବା କୁହାଯାଉଛି।
ଦେଶର ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ ଗତ ଫେବୃୟାରୀରେ ଛାତ୍ରମାନଙ୍କ ଆତ୍ମହତ୍ୟାକୁ ନେଇ ଚିନ୍ତା ପ୍ରକଟ କରିଥିଲେ। ସେ କହିଥିଲେ ଆମ ସଂସ୍ଥାନରେ କ’ଣ ଭୁଲ ରହୁଛି ଯେ ଛାତ୍ରମାନଙ୍କୁ ସେମାନଙ୍କ ଜୀବନ ଦେବାକୁ ପଡୁଛି। ସୂଚନାଯୋଗ୍ୟ, ଦେଶର ସବୁଠାରୁ ବଡ ଟେକନିକ ସଂସ୍ଥା ଆଇଆଇଟିରେ ବି ଛାତ୍ରମାନେ ଆତ୍ମହତ୍ୟା କରୁଥିବା ଖବର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri