ସ୍ଥିତି ପରଖିଲେ ଆନ୍ଧ୍ରପ୍ରଦେଶ ଅଧିକାରୀ

କଟକ ଅଫିସ, ୪।୬: ବାଲେଶ୍ୱର ଜିଲା ବାହାନଗା ରେଳଷ୍ଟେଶନ ନିକଟରେ ଶୁକ୍ରବାର ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏଥିରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୮୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଆନ୍ଧ୍ରପ୍ରଦେଶରେ ବହୁସଂଖ୍ୟକ ଯାତ୍ରୀ ରହିଥିବା ଜଣାପଡିଛି। ସେମାନଙ୍କୁ ଚିକିତ୍ସା ପାଇଁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିଛନ୍ତି ଆନ୍ଧ୍ରପ୍ରଦେଶର ପ୍ରମୁଖ ସଚିବ ଅରୁଣ କୁମାର। ଜିଲା ପ୍ରଶାସନ ପକ୍ଷରୁ ଏସ୍‌ସିବି ମେଡିକାଲରେ ଖୋଲାଯାଇଥିବା ସୂଚନା କେନ୍ଦ୍ରରେ ଆନ୍ଧ୍ରପ୍ରଦେଶ ଆହତଙ୍କ ସମ୍ପର୍କରେ ବୁଝିବା ସହ ଚିକିତ୍ସା ବ୍ୟବସ୍ଥା ବିଷୟରେ ଅବଗତ ହୋଇଥିଲେ। ଚିକିତ୍ସା ପରେ ସେମାନଙ୍କୁ ଘରକୁ ପଠାଯିବା ପାଇଁ ବ୍ୟବସ୍ଥା କରାଯାଉଛି। ହେଲେ ଏପର୍ଯ୍ୟନ୍ତ ଆନ୍ଧ୍ରପ୍ରଦେଶର କେତେଜଣ ଯାତ୍ରୀ ଆହତ ହୋଇଛନ୍ତି ସେ ସମ୍ପର୍କରେ ସମ୍ପୂର୍ଣ୍ଣ ଭାବେ ଜଣାପଡିନାହିଁ। ତେବେ ଓଡ଼ିଶା ସରକାର ଏବଂ ରେଳ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଥିବା କହିଛନ୍ତି। ଅପରପକ୍ଷରେ ଚିକିତ୍ସା ପାଇଁ ଶନିବାର ସନ୍ଧ୍ୟା ସୁଦ୍ଧା ଏସ୍‌ସିବିରେ ୧୮୬ ଜଣଙ୍କୁ ଭର୍ତ୍ତି କରାଯାଇଛି। ସେମାନଙ୍କୁ ଆମ୍ବୁଲାନ୍ସରେ ଅଣାଯିବା ପରେ ମେଡିକାଲ ସମ୍ମୁଖରେ ପୂର୍ବରୁ ଅପେକ୍ଷା କରିଥିବା ଡାକ୍ତର, ନର୍ସ ଓ ଡାକ୍ତରୀଛାତ୍ରମାନେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri