ସ୍ଥିତି ପରଖିଲେ ଆନ୍ଧ୍ରପ୍ରଦେଶ ଅଧିକାରୀ

କଟକ ଅଫିସ, ୪।୬: ବାଲେଶ୍ୱର ଜିଲା ବାହାନଗା ରେଳଷ୍ଟେଶନ ନିକଟରେ ଶୁକ୍ରବାର ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏଥିରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୮୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଆନ୍ଧ୍ରପ୍ରଦେଶରେ ବହୁସଂଖ୍ୟକ ଯାତ୍ରୀ ରହିଥିବା ଜଣାପଡିଛି। ସେମାନଙ୍କୁ ଚିକିତ୍ସା ପାଇଁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିଛନ୍ତି ଆନ୍ଧ୍ରପ୍ରଦେଶର ପ୍ରମୁଖ ସଚିବ ଅରୁଣ କୁମାର। ଜିଲା ପ୍ରଶାସନ ପକ୍ଷରୁ ଏସ୍‌ସିବି ମେଡିକାଲରେ ଖୋଲାଯାଇଥିବା ସୂଚନା କେନ୍ଦ୍ରରେ ଆନ୍ଧ୍ରପ୍ରଦେଶ ଆହତଙ୍କ ସମ୍ପର୍କରେ ବୁଝିବା ସହ ଚିକିତ୍ସା ବ୍ୟବସ୍ଥା ବିଷୟରେ ଅବଗତ ହୋଇଥିଲେ। ଚିକିତ୍ସା ପରେ ସେମାନଙ୍କୁ ଘରକୁ ପଠାଯିବା ପାଇଁ ବ୍ୟବସ୍ଥା କରାଯାଉଛି। ହେଲେ ଏପର୍ଯ୍ୟନ୍ତ ଆନ୍ଧ୍ରପ୍ରଦେଶର କେତେଜଣ ଯାତ୍ରୀ ଆହତ ହୋଇଛନ୍ତି ସେ ସମ୍ପର୍କରେ ସମ୍ପୂର୍ଣ୍ଣ ଭାବେ ଜଣାପଡିନାହିଁ। ତେବେ ଓଡ଼ିଶା ସରକାର ଏବଂ ରେଳ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଥିବା କହିଛନ୍ତି। ଅପରପକ୍ଷରେ ଚିକିତ୍ସା ପାଇଁ ଶନିବାର ସନ୍ଧ୍ୟା ସୁଦ୍ଧା ଏସ୍‌ସିବିରେ ୧୮୬ ଜଣଙ୍କୁ ଭର୍ତ୍ତି କରାଯାଇଛି। ସେମାନଙ୍କୁ ଆମ୍ବୁଲାନ୍ସରେ ଅଣାଯିବା ପରେ ମେଡିକାଲ ସମ୍ମୁଖରେ ପୂର୍ବରୁ ଅପେକ୍ଷା କରିଥିବା ଡାକ୍ତର, ନର୍ସ ଓ ଡାକ୍ତରୀଛାତ୍ରମାନେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri