କୋଟିଆ ପ୍ରାର୍ଥୀଙ୍କ ତାଲିକା ସଂଗ୍ରହ ନେଇ ପଟ୍ଟାଙ୍ଗୀରେ ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗୀ,୮।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତ ନିର୍ବାଚନରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ତାଲିକା ସଂଗ୍ରହ ଲାଗି ଉଦ୍ୟମ ଆରମ୍ଭ କରିଛି ଆନ୍ଧ୍ର। ଏଥିପାଇଁ ଆନ୍ଧ୍ର ପୋଲିସ ସୋମବାର ପଟ୍ଟାଙ୍ଗୀ ବ୍ଲକ କାର୍ଯ୍ୟାଳୟରେ ବିଡିଓ ସୌମ୍ୟସାର୍ଥକ ମିଶ୍ରଙ୍କୁ ଭେଟିଛି। ହେଲେ ଏଥିରେ ସେମାନଙ୍କୁ ସଫଳତା ମିଳିନାହିଁ।
ଖବରରୁ ଜଣାପଡିଛି ସାଲୁର ପୋଲିସ ଅଧୀନରେ କୋଟିଆ ପଞ୍ଚାୟତ ରହିଥିବା ଦର୍ଶାଇ ଆନ୍ଧ୍ରର ବିଜୟନଗରମ ପୋଲିସ ପ୍ରଶାସନ ଏସ୍‌ଆଇ ରୋହିନି ପାଥିଙ୍କ ନେତୃତ୍ୱରେ କେତେକ ପୋଲିସ କର୍ମଚାରୀଙ୍କୁ ଧରି ଦୁଇଟି ବୋଲେରୋରେ ପଟ୍ଟାଙ୍ଗୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସେମାନେ ବିଡିଓ ମିଶ୍ରଙ୍କ ସହ ଆଲୋଚନା କରି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତରେ ସରପଞ୍ଚ ଭାବେ ନିର୍ବାଚନ ଲଢୁଥିବା ପ୍ରାର୍ଥୀଙ୍କ ତାଲିକା ନେବାକୁ ଚାହିଁଥିଲେ। ତେବେ ବିଡିଓ ମିଶ୍ର ସେମାନଙ୍କୁ ନିରାଶ କରିଥିଲେ। ନିର୍ବାଚନ ପାଇଁ ଦାଖଲ ସମସ୍ତ ନାମାଙ୍କନପତ୍ର ଆମ ନିକଟରେ ନାହିଁ। ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ବ୍ଲକ କାର୍ଯ୍ୟାଳୟରେ ସରିବା ପରେ ସମସ୍ତ ରେକର୍ଡ ଜିଲା ପ୍ରଶାସନକୁ ହସ୍ତାନ୍ତର ହୋଇଥିବା ବିଡିଓ କହିଥିଲେ। ବ୍ଲକ କାର୍ଯ୍ୟାଳୟରୁ ନିରାଶ ହୋଇ ଆନ୍ଧ୍ର ପୋଲିସ ତହସିଲ କାର୍ଯ୍ୟାଳୟକୁ ଯାଇ ତାଲିକା ସଂଗ୍ରହ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ସେଠାରୁ ପାଇ ନ ଥିଲେ। ଶେଷରେ ସେମାନେ ଆନ୍ଧ୍ର ଫେରିଯାଇଥିଲେ। ଅନ୍ୟପକ୍ଷରେ ଆନ୍ଧ୍ର ପୋଲିସ ଓଡ଼ିଶାରେ ପହଞ୍ଚତ୍ କୋଟିଆରେ ନିର୍ବାଚନ ଲଢୁଥିବା ପ୍ରାର୍ଥୀଙ୍କ ତାଲିକା ତଲାସି କରିବା ଆନ୍ଧ୍ରର ଆଭିମୁଖ୍ୟ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri