ଆନ୍ଧ୍ର ପ୍ରଦେଶରେ ବଡ଼ ଓଲଟ ପାଲଟ, ବଦଳିବ ସରକାର

ନୂଆଦିଲ୍ଲୀ,୪।୬: ଆନ୍ଧ୍ର ପ୍ରଦେଶ ଭାଗଭାଗ ହେବାପରେ ତୃତୀୟଥର ବିଧାନସଭା ନିର୍ବାଚନ ହୋଇଥିଲା। ଲୋକ ସଭା ସହିତ ବିଧାନସଭା ନିର୍ବାଚନ ମିଳିତ ଭାବେ କରାଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ମତଗଣନା ଜାରି ରହିଛି। ହେଲେ ଗଣାନାରୁ ସ୍ପଷ୍ଟ ଜଣାପଡ଼ୁଛି ଯେ ସରକାର ବଦଳିବାକୁ ଯାଉଛି । ତେଲୁଗୁ ଦେଶମ୍‌ ପାର୍ଟି ବହୁମତ ଠାରୁ ଅଧିକ ଆସନରେ ଆଗରେ ରହିଛି। କିନ୍ତୁ ଟିଡିପି ରାଜ୍ୟରେ ଭାଜପା ଏବଂ ଜନ ସେନା ପାର୍ଟି ସହିତ ମିଳିତ ଭାବେ ନିର୍ବାଚନ ଲଢ଼ିଥିଲା। ତେବେ ବର୍ତ୍ତମାନ ସରକାରରେ ଥିବା ଜଗନ୍‌ମୋହନ ରେଡ୍ଡିଙ୍କ ୱାଇଏସ୍‌ଆର କଂଗ୍ରେସର ସ୍ଥିତି ଭଲ ନଥିବା ଦେଖିବାକୁ ମିଳିଛି।

ସୂଚନା ଥାଉକି, ଆନ୍ଧ୍ର ପ୍ରଦେଶ ବିଧାନସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା| ଏହା ସହିତ ଲୋକସଭା ପାଇଁ ମିଳିତ ଭାବେ ନିର୍ବାଚନ ମଧ୍ୟ ହୋଇଥିଲା| ଆନ୍ଧ୍ରରେ ବର୍ତ୍ତମାନ ଶାସନରେ ଥିବା ଓ୍ୱାଇଏସ୍ଆର କଂଗ୍ରେସ ପୁଣିଥରେ ରାଜ୍ୟରେ ବାଜିମାତ୍ କରିବା ନେଇ ଆଶା କରିଥିଲା| ଓ୍ୱାଇଏସ୍ଆର କଂଗ୍ରେସ ସମସ୍ତ ୧୭୫ ଆସନ ପାଇଁ ନିର୍ବାଚନ ଲଢ଼ିଥିବା ବେଳେ ପ୍ରତିପକ୍ଷ ଦଳ ଟିଡିପି ୧୪୪ଟି ଆସନରେ ନିର୍ବାଚନ ଲଢ଼ିଥିଲା | ସେହିପରି ଅଭିନେତା ପଓ୍ୱନ କଲ୍ୟାଣଙ୍କ ଜନ ସେନା ପାର୍ଟି ୨୧ଟି ଆସନରେ ଏବଂ ଭାଜପା ୧୦ଟି ଆସନରେ ନିର୍ବାଚନ ଲଢ଼ିଥିଲା| ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଓ୍ୱାଇଏସ୍ ଜଗନ ମୋହନ ରେଡ୍ଡିଙ୍କ ସମେତ ଟିଡିପି ମୁଖ୍ୟ ଏନ୍ ଚନ୍ଦ୍ରବାବୁ ନାଇଡ଼ୁ ଏବଂ ଜନ ସେନା ପାର୍ଟି ମୁଖ୍ୟ ପଓ୍ୱନ କଲ୍ୟାଣ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିଲେ|


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri