Posted inଜାତୀୟ

ଟିଡିପି କାର୍ଯ୍ୟକ୍ରମରେ ଦଳାଚକଟା: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ହାଇଦ୍ରାବାଦ୍‌,୨୯।୧୨:ଆନ୍ଧ୍ରପ୍ରଦେଶର ନେଲୋର ଜିଲାର କାଣ୍ଡୁକୁର ଠାରେ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି।
ବିରୋଧୀ ଦଳର ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଏକ ରୋଡ ଶୋ’କୁ ସମ୍ବୋଧିତ କରୁଥିବାବେଳେ ତାଙ୍କ ସମର୍ଥକଙ୍କ ଭିଡ ଜମିଥିଲା। ଏହି ସମୟରେ ସମର୍ଥକଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଦଳଚକଟା ଯୋଗୁ ଏପର୍ଯ୍ୟନ୍ତ ୮ ଜଣ ପ୍ରାଣ ହରାଇଛନ୍ତି।
ଏହି ଘଟଣା ପରେ ନାଇଡୁ ତାଙ୍କ ସଭାକୁ ତୁରନ୍ତ ବାତିଲ କରିଦେଇଥିଲେ। ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଦେବାକୁ ମଧ୍ୟ ଘୋଷଣା କରାଯାଇଛି। ନାଇଡୁ ହସ୍ପିଟାଲରେ ପହଞ୍ଚି ଆହତମାନଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri