Posted inଜାତୀୟ

ଆନ୍ଧ୍ରପ୍ରଦେଶ ଟ୍ରେନ୍‌ ଦୁର୍ଘଟଣା: ୮ ମୃତ ଅନେକେ ଆହତ, ରେଳମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୦: ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲାରେ ରବିବାର ବିଳମ୍ବିତ ସନ୍ଧ୍ୟାରେ ୨ଟି ପାସେଞ୍ଜର ଟ୍ରେନ ମଧ୍ୟରେ ଧକ୍କା ହେବା ଫଳରେ ୮ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କୋଥାଭାଲାସା ମଣ୍ଡଳର କଣ୍ଟାକାପାଲୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ପଲାସା ଏକ୍ସପ୍ରେସ ଏବଂ ବିଶାଖାପାଟନମ-ରାୟାଗଡା ଯାତ୍ରୀବାହୀ ଟ୍ରେନ ପରସ୍ପର ସହ ମୁହାଁମୁହିଁ ହୋଇଥିଲେ।

ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ପୂର୍ବ ତଟ ରେଳବାଇ ମଧ୍ୟ ଏହି ଦୁର୍ଘଟଣା ସମ୍ପର୍କରେ ହେଲ୍ପଲାଇନ ନମ୍ବର ଜାରି କରିଛି।

0674- 2301625
0674- 2301525
0674- 2303069
BSNL- 08912746330/08912744619
Airtel- 8106053051/8106053052
BSNL SIM- 8500041670/8500041671

ସୂଚନା ଅନୁଯାୟୀ, ସମାନ ଟ୍ରାକରେ ଆସୁଥିବା ଦୁଇଟି ଯାତ୍ରୀବାହୀ ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଯାତ୍ରୀବାହୀ ଟ୍ରେନର କୋଚ ଅନ୍ୟ ଏକ ଟ୍ରାକରେ ଖସିପଡିଥିଲା। ଆଜି ସାରେ ଆନ୍ଧ୍ରପ୍ରଦେଶର କାଣ୍ଟକାପାଲି ଏବଂ ଆଲମୋରା ଷ୍ଟେଶନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ ଉଭୟ ଯାତ୍ରୀବାହୀ ଟ୍ରେନ ଓଡିଶାକୁ ଆସୁଥିଲା।

ଏହି ଘଟଣା ପରେ ପିଏମଓର ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥାବାର୍ତ୍ତା କରି ପରିସ୍ଥିତିର ଅନୁଧ୍ୟାନ କରିଥିଲେ। ପିଏମଓ ପକ୍ଷରୁ କୁହାଯାଇଛି ଯେ ଅଧିକାରୀମାନେ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି। ପ୍ରଧାନମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri