ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ । ଏହିପରି ଦୃଶ୍ୟ ପୁଣି କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମ, ଗଞ୍ଜେଇ ପଦର ପ୍ରମୁଖ ଅଞ୍ଚଳରେ ଦେଖିବାକୁ ମିଳିଛି ।
ସୂଚନା ମୁତାବକ, ଗୁରୁବାର ଆନ୍ଧ୍ର ରାଜ୍ୟର କିଛି ସରକାରୀ ଅଧିକାରୀ ଉକ୍ତ ସୀମାନ୍ତ ଗ୍ରାମଗୁଡିକରେ ପହଞ୍ଚି ନିଜ ରାଜ୍ୟର ରାସନ କାର୍ଡ  ଆଧାର କାର୍ଡକୁ ଆଧାରିତ କରି ପ୍ରଦାନ କରୁଥିବା ବେଳେ ଓଡ଼ିଶାର କୋଟିଆ ପଞ୍ଚାୟତ ସଦର ମହକୁମାରେ ରହିଥିବା ପୋଲିସ ଖବର ପାଇ ପହଞ୍ଚି ଆନ୍ଧ୍ର ରାଜ୍ୟର ଅଧିକାରୀଙ୍କୁ ବାରଣ କରି ଫେରିଯିବା ପାଇଁ କହିଥିଲେ। କିନ୍ତୁ ଏହି ସମୟରେ ଉପସ୍ଥିତ ଗ୍ରାମବାସୀ ଉକ୍ତ ପୋଲିସମାନଙ୍କୁ କାହିଁକି ତୁମେ ମନା କରୁଛ ପ୍ରଶ୍ନ କରି ଆମେ ଆନ୍ଧ୍ର ସହ ରହିଛୁ ଆନ୍ଧ୍ର ରାଜ୍ୟ ପକ୍ଷରୁ ଆମକୁ ରାସନ କାର୍ଡ ପ୍ରଦାନ କରାଗଲେ କିଛି ଅସୁବିଧା ନାହିଁ ବୋଲି ଉତ୍ତର ରଖିଥିଲେ । ଗ୍ରାମବାସୀଙ୍କ ଏହିପରି ପ୍ରତିକ୍ରିୟା ଦେଖି ଉକ୍ତ ସ୍ଥାନରୁ ପୋଲିସ ଫେରି ଆସିଥିଲେ ।
ଆନ୍ଧ୍ରର ଏହିପରି ବାରମ୍ବାର ଅନୁପ୍ରବେଶ ରାଜ୍ୟ ସରକାରଙ୍କ ଉପରେ କୈଣସି ଫରକ ପଡି ନ ଥିବା ବେଳେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, କୋଟିଆବାସୀ ଆମ ସହିତ ଅଛନ୍ତି ଆମ ସହ ରହିବେ । ସେମାନେ ଡରାଇ ଧମକାଇ ଆମ ଲୋକଙ୍କୁ ନେଇ ପାରିବେ ନାହିଁ। କୋଟିଆର ସମ୍ପୂର୍ଣ୍ଣ ଅଞ୍ଚଳ ଆମ ସହ ରହିବ। ସେହିଭଳି ଏହାର ପ୍ରଭାବ ଉକ୍ତ ରାଜ୍ୟ ଉପରେ କୈଣସି ପ୍ରଭାବ ପକାଇବ ନାହିଁ ବୋଲି ଉପର ସେମ୍ବି ଗ୍ରାମବାସୀ କହିଛନ୍ତି । ସେପଟେ ରାଜସ୍ବ ମନ୍ତ୍ରୀ ଏବଂ ଉପ ମୁଖ୍ୟମନ୍ତ୍ରୀ କୋଟିଆକୁ ଦୁଇ ଦୁଇଥର ଗସ୍ତ କରିଥିବା ସହ ଯୋଗାଣ ମନ୍ତ୍ରୀ ଥରେ ଗସ୍ତ କରିଥିଲେ ମଧ୍ୟ ପଞ୍ଚାୟତବାସୀଙ୍କ ଉପରେ କୈଣସି ଫରକ ପଡି ନ ଥିବା ସହ ଅନୁପ୍ରବେଶକାରୀ ଆନ୍ଧ୍ର ରାଜ୍ୟ ଉପରେ ମଧ୍ୟ କିଛି ପ୍ରଭାବ ପଡିନାହିଁ।

କାରଣ ଗତ ୨୪ତାରିଖ ଦିନ ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କୋଟିଆ ପଞ୍ଚାୟତ ଗସ୍ତ କରି ଫେରିବାର ଗୋଟିଏ ଦିନ ପରେ ଅର୍ଥାତ ମଙ୍ଗଳବାର ଆନ୍ଧ୍ର ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଙ୍କ ଜନସେନା ଦଳର କର୍ମକର୍ତ୍ତା ଓ କର୍ମୀ ଅନୁପ୍ରବେଶ କରି ଓଡ଼ିଶା ସରକାର ଏବଂ ବ୍ଲକ ପ୍ରଶାସନକୁ ଏକ ପ୍ରକାର ଖୋଲା ଚ୍ୟାଲେଞ୍ଜ ଦେଇଥିବା ପରି ହୋଇଥିବା ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

ଘୁମୁସର ବନଖଣ୍ଡରେ ଚିନ୍ତା ବଢ଼ାଉଛି ଅସୁସ୍ଥ ହାତୀ, ଆଦର୍ଶ ବିଦ୍ୟାଳୟ ଫାଟକ ଭାଙ୍ଗିଲେ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛିଦିନ ହେବ ଏକ ମାଈ ହାତୀ ଅସୁସ୍ଥ ହୋଇ ଏକୁଟିଆ ଘୁରି ବୁଲୁଛି। ଅଧିକାଂଶ…

ସ୍ବାସ୍ଥ୍ୟସେବାରେ ଅବଦାନ ପାଇଁ ପୁରସ୍କୃତ ହେଲେ କର୍ମଚାରୀ

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ଏବଂ ଜନ ଆରୋଗ୍ୟ ସମିତି…

ଭୁବନେଶ୍ୱରରେ ଡେଲିଭରି ବୟଙ୍କୁ ମାରି ଫିଙ୍ଗିଦେଲେ ! ବିଲ ଭିତରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୯।୧(ତ୍ରିନାଥ ମହାନ୍ତି): ମଞ୍ଚେଶର ଥାନା ଅନ୍ତର୍ଗତ ପାଣ୍ଡରା ନିକଟରେ ଥିବା ବିଲ ମଝିର ଏକ ପାଚେରୀ କଡ଼ରୁ ଜଣେ ଡେଲିଭରୀ ବଏଙ୍କ ସନ୍ଦେହ ଜନକ ମୃତଦେହ ଜବତ…

ଚାଇନାର ବଡ଼ କାର୍ଯ୍ୟାନୁଷ୍ଠାନ: ‘ମିଙ୍ଗ୍ ଫ୍ୟାମିଲି’ର ୧୧ ଜଣଙ୍କୁ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ,୨୯।୧: ଅନଲାଇନ୍ ସ୍କାମ୍ ସିଣ୍ଡିକେଟକୁ ବଡ ଝଟକା ଦେଲେ ଚାଇନା ସରକାର । ମ୍ୟାନ୍‌ମାରରେ ଚାଲିଥିବା ବିଶ୍ୱସ୍ତରୀୟ ଏହି ଅପରାଧିକ ସିଣ୍ଡିକେଟ୍ ବିରୋଧରେ ଚାଇନା ସରକାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri