ରାସ୍ତା ମାଡ଼ି ବସୁଥିଲା ଆନ୍ଧ୍ର

ରାୟଗଡ଼ା ଅଫିସ,୧୯ା୨:ସୀମାନ୍ତରେ ଥିବା ଓଡ଼ିଶାର ଗୋଟିଏ ପରେ ଗୋଟିଏ ଗଁାକୁ ମାଡ଼ିବସୁଛି ଆନ୍ଧ୍ର। କୋରାପୁଟର କୋଟିଆ ପରେ ଏବେ ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ବ୍ଲକ ବୈରାଗିହାଲୁଆ ପଞ୍ଚାୟତର ବଡ଼ଲୁକୁଟି ଗ୍ରାମରେ। ଅଞ୍ଚଳର ଏକ ରାସ୍ତାକୁ ଅତି ଚତୁରତାର ସହ କରାୟତ୍ତ କରିବାକୁ ଉଦ୍ୟମ କରୁଥିଲା ଆନ୍ଧ୍ର ପ୍ରଶାସନ। ତେବେ ଠିକଣା ସମୟରେ ରାୟଗଡ଼ା ଜିଲା ପ୍ରଶାସନର ହସ୍ତକ୍ଷେପ ପରେ ଏହି ଉଦ୍ୟମ ପଣ୍ଡ ହୋଇଛି।
ରାୟଗଡ଼ା ବ୍ଲକ୍‌ ବୈରାଗିହାଲୁଆ ପଞ୍ଚାୟତରେ ଥିବା ବଡ଼ଲୁକୁଟି ଗ୍ରାମଠାରୁ ମାତ୍ର ୧ କି.ମି. ଦୂରତାରେ ରହିଛି ଆନ୍ଧ୍ରର ଲାଡା ଗ୍ରାମ। ଏହି ଗଁାକୁ ଓଡ଼ିଶା ରାସ୍ତା ଦେଇ ଯିବାକୁ ହୁଏ। ତେଣୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଏହି ରାସ୍ତାକୁ ଆନ୍ଧ୍ର ପ୍ରଶାସନ ଚତୁରତାର ସହ ନିର୍ମାଣ କରିଚାଲିଥିଲା। ଫଳରେ ସୀମାନ୍ତ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଖବରପାଇ ରାୟଗଡ଼ା ତହସିଲଦାର ଉମାଶଙ୍କର ବେହେରା, ବିଡିଓ ରାଜେନ୍ଦ୍ର ମାଝି, ଆର୍‌ଆଇ ପ୍ରମୁଖ ଗତ ଜାନୁୟାରୀ ୩୦ରେ ଗଁାରେ ପହଞ୍ଚି ଆଲୋଚନା କରି ସମସ୍ୟାର ଆପୋସ ସମାଧାନ ପାଇଁ ପ୍ରଚେଷ୍ଟା କରିଥିଲେ। ରାସ୍ତା ମାପଚୁପ କରିବା ସମୟରେ ଓଡ଼ିଶାର ୨୦୦ ମିଟର ଜାଗା ରହିଥିବା ଜଣାପଡ଼ିଥିଲା। ଏହି ୨୦୦ ମିଟର ମଧ୍ୟରେ ନାଳଟିଏ ରହିଛି। ଉକ୍ତ ନାଳ ଉପରେ ଏକ ପୋଲ କରିବାକୁ ନେଇ ଆପୋସ ବୁଝାମଣା ହୋଇଥିଲା। ସହମତିରେ ଓଡ଼ିଶା ରାସ୍ତା ନିର୍ମାଣ କରିବ ଏବଂ ଆନ୍ଧ୍ର ପୋଲ ନିର୍ମାଣ କରିବାକୁ ସ୍ଥିର ହୋଇଥିଲା। ସୀମାନ୍ତ ଜାଗାରେ ନିର୍ମାଣ କାର୍ଯ୍ୟ କିପରି ବିନା ବିବାଦରେ ହୋଇପାରିବ ସେ ନେଇ ସେଠାକାର ସରପଞ୍ଚଙ୍କ ସହ ମଧ୍ୟ ପୂର୍ବରୁ ଆଲୋଚନା କରାଯାଇଥିଲା। ବୁଧବାର ପ୍ରଶାସନିକ ଟିମ୍‌ ପୁଣି ସୀମାନ୍ତ ଅଞ୍ଚଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଥିଲା ବୋଲି ତହସିଲଦାର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri