ପଟାଙ୍ଗୀ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର

ରାୟଗଡ଼ା ଅଫିସ,୧୮ା୨: ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ଲାଗିରହିଛି। ଓଡ଼ିଶାର କୋରାପୁଟ ଜିଲାର ପଟ୍ଟାଙ୍ଗୀ ସମେତ ଗଞ୍ଜାମ ଓ ଗଜପତି ଜିଲାର ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର ପକ୍ଷରୁ ବେଆଇନ ନିର୍ମାଣ କାର୍ଯ୍ୟ ଏବଂ ନିର୍ବାଚନ ପ୍ରସଙ୍ଗ ରାଜ୍ୟବାସୀ ଏବଂ ସରକାରଙ୍କୁ ଚିନ୍ତାରେ ପକାଇଛି। ଏଭଳି ପରିସ୍ଥିତିରେ ରାୟଗଡ଼ା ଜିଲା ସୀମାନ୍ତ ଗ୍ରାମରେ ଆନ୍ଧ୍ର ବେଆଇନ ରାସ୍ତା ଏବଂ ପୋଲ ନିର୍ମାଣ କରୁଥିବା ନେଇ ଖବର ଆସିଛି।
ସୂଚନା ଅନୁଯାୟୀ, ରାୟଗଡ଼ା ବ୍ଲକ୍‌ ବୈରାଗିହାଲୁଆ ପଞ୍ଚାୟତରେ ଥିବା ବଡ଼ଲୁକୁଟି ଗ୍ରାମଠାରୁ ମାତ୍ର ୧ କି.ମି. ଦୂରତାରେ ରହିଛି ଆନ୍ଧ୍ରର ଲାଡା ଗ୍ରାମ। ଏହି ଗାଁକୁ ଯିବାକୁ ହେଲେ ଓଡ଼ିଶା ରାସ୍ତା ଦେଇ ଯିବାକୁ ହୁଏ। ତେଣୁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହି ରାସ୍ତାକୁ ଆନ୍ଧ୍ର ପ୍ରଶାସନ ଚତୁରତାର ସହ ନିର୍ମାଣ କରିଚାଲିଥିଲା। ଫଳରେ ସୀମାନ୍ତ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଖବରପାଇ ରାୟଗଡ଼ା ତହସିଲଦାର ଉମାଶଙ୍କର ବେହେରା, ବିଡିଓ ରାଜେନ୍ଦ୍ର ମାଝି, ଆର୍‌ଆଇ ପ୍ରମୁଖ ଗତ ଜାନୁୟାରୀ ୩୦ରେ ଗାଁରେ ପହଞ୍ଚି ଆଲୋଚନା କରି ସମସ୍ୟାର ଆପୋଷ ସମାଧାନ ପାଇଁ ପ୍ରଚେଷ୍ଟା କରିଥିଲେ। ରାସ୍ତା ମାପଚୁପ କରିବା ସମୟରେ ଓଡ଼ିଶାର ୨୦୦ ମିଟର ଜାଗା ରହିଥିବା ଜଣାପଡ଼ିଥିଲା। ଏହି ୨୦୦ ମିଟର ମଧ୍ୟରେ ନାଳଟିଏ ଥିବାରୁ ନାଳ ଉପରେ ଏକ ପୋଲ କରିବାକୁ ନେଇ ଆପୋଷ ବୁଝାମଣା ହୋଇଥିଲା। ସହମତିରେ ଓଡ଼ିଶା ରାସ୍ତା ନିର୍ମାଣ କରିବ ଏବଂ ଆନ୍ଧ୍ର ପୋଲ ନିର୍ମାଣ କରିବାକୁ ସ୍ଥିର ହୋଇଥିବା ରାୟଗଡ଼ା ତହସିଲଦାର ଉମାଶଙ୍କର ବେହେରା କହିଛନ୍ତି। ସୀମାନ୍ତ ଜାଗାରେ ନିର୍ମାଣ କାର୍ଯ୍ୟ କିପରି ବିନା ବିବାଦରେ ହୋଇପାରିବ ସେ ନେଇ ସେଠାକାର ସରପଞ୍ଚଙ୍କ ସହ ମଧ୍ୟ ପୂର୍ବରୁ ସାମିଲ କରି ଆଲୋଚନା କରାଯାଇଥିଲା। ବୁଧବାର ପ୍ରଶାସନିକ ଟିମ୍‌ ପୁଣି ସୀମାନ୍ତ ଅଞ୍ଚଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଥିଲା ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri