ଓଡ଼ିଶା ବିଜୁ ପକ୍କାଘରେ ଆନ୍ଧ୍ରର ଷ୍ଟିକର

ପଟ୍ଟାଙ୍ଗି, ୨୯।୪୪(ଡି.ଏନ୍‌.ଏ.): ଓଡ଼ିଶାରେ ଆନ୍ଧ୍ରର ଅନୁପ୍ରବେଶ ଜାରି ରହିଛି। ବିଭିନ୍ନ ସରକାରୀ ଯୋଜନା ମାଧ୍ୟମରେ ଲୋକଙ୍କୁ ଆନ୍ଧ୍ର ପ୍ରଭାବିତ କରିବାରେ ଲାଗିଛି। କିଛି ଦିନ ତଳେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତର କିଛି ଗ୍ରାମରେ ଆନ୍ଧ୍ରର ଅଧିକାରୀମାନେ ଆଧାର କାର୍ଡ କ୍ୟାମ୍ପ କରି ଲୋକଙ୍କ ବାୟୋମେଟ୍ରିକ ତଥ୍ୟ ସଂଗ୍ରହ କରିଥିବାବେଳେ ଏବେ ଉକ୍ତ ଅଞ୍ଚଳରେ ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ମିତ ବିଜୁ ପକ୍କାଘର ଗୁଡ଼ିକରେ ଆନ୍ଧ୍ର ସରକାର ନିଜ ଷ୍ଟିକର ଲଗାଇଛନ୍ତି। ଉକ୍ତ ଷ୍ଟିକରରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗମୋହନ ରେଡ୍ଡୀଙ୍କ ଫଟୋ ଲାଗିଥିବା ଦେଖିବାକୁ ମିଳିଛି।
ମିଳିଥିବା ସୂଚନା ଅନୁସାରେ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ବିଜୁ ପକ୍କା ଯୋଜନା ମାଧ୍ୟମରେ ୨୦୧୯-୨୦ ଏବଂ ୨୦୨୨-୨୩ ଦୁଇ ଆର୍ଥିକ ବର୍ଷରେ ୬୭୭ଟି ଘର କୋଟିଆ ପଞ୍ଚାୟତର ୨୧ଟି ବିବାଦୀୟ ଗ୍ରାମକୁ ଦିଆଯାଇଛି। ସୋମବାର ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା ଉକ୍ତ ପଞ୍ଚାୟତର ସୀମାନ୍ତ ଗ୍ରାମକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଗତ ୧୭ ତାରିଖରୁ ଆନ୍ଧ୍ରର ସାଲୁର ବ୍ଲକର କର୍ମଚାରୀ କୋଟିଆ ପଞ୍ଚାୟତ ତଳ ଗଞ୍ଜେଇପଦର, ଉପର ସେମ୍ବି, ତଳ ସେମ୍ବି, ଧୁଳିପଦର ଗ୍ରାମରେ ପହଞ୍ଚତ୍ ଓଡ଼ିଶା ସରକାରଙ୍କ ବିଜୁପକ୍କା ଗୃହରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଚିତ୍ର ଥିବା ଷ୍ଟିକର ପ୍ରତି ଘରେ ମାରିବା ଆରମ୍ଭ କରିଛନ୍ତି। ପ୍ରତ୍ୟେକ ଦିନ ଦୁଇରୁ ତିନୋଟି ଗ୍ରାମରେ ପହଞ୍ଚତ୍ ସେମାନେ ଉକ୍ତ ଷ୍ଟିକର୍‌ ଲଗାଉଥିବା ବେଳେ ଏ ଦିଗରେ ବ୍ଲକ ପ୍ରଶାସନର ଦୃଷ୍ଟି ନ ପଡ଼ିବା ଦୁର୍ଭାଗ୍ୟଜନକ ବୋଲି ୧ନଂ ଜିଲା ପରିଷଦ ସଭ୍ୟା ଟିକାଇ ଗେମେଲ କହିଛନ୍ତି। ଆନ୍ଧ୍ର ସରକାର ସୀମାନ୍ତ ଗ୍ରାମରେ ନିଜର ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ କିପରି ପ୍ରତି ଘରେ ପହଞ୍ଚତ୍ପାରିବ ସେନେଇ ଯୋଜନା ପ୍ରସ୍ତୁତ କରି ନିଜ କାର୍ଯ୍ୟ ଜାରି ରଖିଛନ୍ତି।
ସେହିପରି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତର ଆନ୍ଧ୍ର ସୀମାନ୍ତ ଉପର ଗଞ୍ଜେଇପଦର ଏବଂ ଧୂଳିପଦର ଗ୍ରାମରେ ଆନ୍ଧ୍ର ସ୍ବାସ୍ଥ୍ୟ ଶିବିର କରିଛି। ଉକ୍ତ ୨ ଗ୍ରାମରେ ଆନ୍ଧ୍ର ରାଜ୍ୟର ପାର୍ବତୀପୁରମ୍‌ ଜିଲା ଅଧୀନରେ ରହିଥିବା ତୋନମ୍‌ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ଅଜୟଙ୍କ ନେତୃତ୍ୱରେ ଅନୁଷ୍ଠିତ ସ୍ବାସ୍ଥ୍ୟ ଶିବିରରେ ଏକ ଟିମ୍‌ ୭୦ରୁ ଊର୍ଦ୍ଧ୍ୱ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷାକରି ମାଗଣା ଔଷଧ ଦେଇଛନ୍ତି। ଏପରି କି ସ୍ବାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ ସାରି ଧୂଳିପଦର ଗ୍ରାମ ମଝିରେ ବର୍ଷାପାଣି ଜମିବା ଯୋଗୁ ହେଉଥିବା କାଦୁଅକୁ ନିଜେ ସଫାକରି ଗ୍ରାମକୁ ପରିଷ୍କାର ରଖିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri