ଆନ୍ଧ୍ର ପଥର ଖଣି ବିସ୍ଫୋରଣ ଘଟଣା : ଗାଁ ରେ ପହଞ୍ଚିଲା ଜଣଙ୍କ ପରେ ଜଣଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟିପଡ଼ୁଛି…

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର) : ଆନ୍ଧ୍ରପ୍ରଦେଶ ବାପତଲା ଜିଲା ବାଲି କୁରାଭା ନିକଟରେ ଥିବା ଏକ ଘରୋଇ ଗ୍ରାନାଇଟ ଖଣିରେ ରବିବାର ପଥର ବିସ୍ଫୋରଣ ଘଟିଥିଲା। ଏଥିରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାଙ୍ଗରଡ଼ା ଗ୍ରାମର ବନମାଳୀ ବେହେରା(୩୦), ଚଷାନିମଖଣ୍ଡି ଗାଁର ଦଣ୍ଡ ଓରଫ ଦଣ୍ଡପାଣି ବାଡ଼ତ୍ୟା(୪୮),ଧରାକୋଟ ବ୍ଲକ ଓଳମ୍ବା ପଞ୍ଚାୟତ କାସିଆ ନୂଆଗାଁର ସନ୍ତୋଷ ଗୌଡ଼(୩୬),ବାହାଡାଗୁଡ଼ା ଗ୍ରାମର ମୂଷା ଓରଫ ଦୁଃଶାସନ ଜେନା(୪୩)ଥଙ୍କ ସମେତ ଗଜପତି ଜିଲା ମୋହନା ବ୍ଲକ ଢେପା ଗୁଡ଼ା ପଞ୍ଚାୟତ ଅଲୋରା ଗ୍ରାମର ଭାସ୍କର ବିଷୋୟୀ(୪୦),ଟୁକୁନା ଦଳାଇ(୩୭) ମୃତ୍ୟୁବରଣ କରିଥିଲେ। ସେମାନଙ୍କ ମୃତଦେହ ଆନ୍ଧ୍ରପ୍ରଦେଶ ଇଚ୍ଛାପୁର ଭାୟା ଚିକିଟି ଦେଇ ସୋମବାର ପ୍ରାୟ ସାଢେ ୧ ଟାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲା। ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ,ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ,ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ,ବିଡ଼ିଓ ଅନାମିକା ପାଣ୍ଡେ,ଧରାକୋଟ ତହସିଲଦାର ଲମ୍ବୋଦର ମାରାଣ୍ଡିଙ୍କ ସମେତ ଜିଲା ପ୍ରଶାସନିକ ଅଧିକାରୀ ବୃନ୍ଦ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ପରେ ଏଠାରୁ ସମସ୍ତ ମୃତଦେହ ସତନ୍ତ୍ର ଆମ୍ବୁଲାନ୍ସ ଯୋଗେ ସମ୍ପୃକ୍ତ ଗ୍ରାମ ଅଭିମୁଖେ ଯାଇଥିଲା।ଦିଗପହଣ୍ଡି ବ୍ଲକ ବାଙ୍ଗରଡ଼ା ଓ ଚଷାନିମଖଣ୍ଡି ଗ୍ରାମରେ ରବିବାର ଠାରୁ ଶୋକାକୁଳ ପରିବେଶ ଲାଗିରହିଥିଲା। ମୃତଦେହ ପହଞ୍ଚିବା ପରେ ଗ୍ରାମରେ ରାଜ୍ୟ ବାଣିଜ୍ୟ , ପରିବହନ,ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ,ଜିଲା ଭାଜପା ସଭାପତି ସରୋଜ ସାବତ,ବିଜୟ ସ୍ବାଇଁ,ପୂର୍ବତନ ସଭାପତି କାହ୍ନୁ ପତି,ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥ,ଟୁନା ଚୌଧୁରୀ,ଭବାନୀ ପଣ୍ଡା,ଦୟାନିଧି ନାହାକ,ବାପି ପ୍ରଧାନ ପ୍ରମୁଖ ବହୁ ସଂଖ୍ୟକ କାର୍ଯ୍ୟକର୍ତ୍ତାଙ୍କ ସମେତ ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା,କାଉନସିଲର ଦୀପକ କୁମାର ମିଶ୍ର, ସରପଞ୍ଚ ପ୍ରତିନିଧି ଶିବରାମ ପ୍ରଧାନ,ପୂର୍ବତନ ସରପଞ୍ଚ ଦିଲ୍ଲୀପ ସେଠୀ,ସରପଞ୍ଚ ପ୍ରତିନିଧି ରବିଚନ୍ଦ୍ର ଗୌଡ଼,ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ ପ୍ରମୁଖ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଥିଲେ। ପରେ ଗାଁ ଶ୍ମଶାନରେ ମୃତଦେହର ଅନ୍ତିମ ସଂସ୍କାର କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?