ଆନ୍ଧ୍ର ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…

ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ମାଧ୍ୟମରେ ବୁଝାଇଥିଲେ ।
ସୂଚନା ମୁତାବକ ଉକ୍ତ ପ୍ରଶାସନ ପକ୍ଷରୁ ପଞ୍ଚାୟତର ସୀମାବର୍ତ୍ତି ଗ୍ରାମ ଆର୍ଜୁବାଲସା ଓ ତାଡିବାଲସା ଦୁଇ ଗ୍ରାମରେ ପହଞ୍ଚି ଏକ ଜନ ସମ୍ପର୍କ ବୈଠକ ଆୟୋଜନ କରି ସୀମାନ୍ତ ବାସୀଙ୍କ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ । ସୀମାନ୍ତବାସୀଙ୍କ ଠାରୁ ଆସିଥିବା ସମସ୍ୟା ଅତି ଶୀଘ୍ର ପର୍ଯ୍ୟାୟକ୍ରମେ ସମାଧାନ କରାଯିବ ବୋଲି ବିଡିିଓ ରାମକ୍ରିଷ୍ନା ନାୟକ ଆଲୋଚନା ମାଧ୍ୟମରେ ବୁଝାଇଥିଲେ ।
 ସେପଟେ ସୀମାନ୍ତ ବାସୀଙ୍କ ଆଧାର କାର୍ଡ ଯାଞ୍ଚକରି ରାଶନ କାର୍ଡ ସହ ସଂଯୋଗ ହୋଇଛି କି ନାହିଁ ନିଜ ସହ ନେଇ ଯାଇଥିବା ରେକର୍ଡ ଯାଞ୍ଚ କରିଥିଲେ। ପରେଉପସ୍ଥିତ ସୀମାନ୍ତ ବାସିଙ୍କ EKYC କରି ଆଧାର କାର୍ଡ ଅପଡେଡ କରାଯାଇଥିଲା । ଏହି ସମୟରେ ବ୍ଲକ ଯୋଗାଣ ଅଧିକାରୀ ଅଶୋକ କୁମାର ସାହୁ, ବ୍ଲକ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ବିଏସଏସଓ ସୁଧିର୍‌ ସାହୁ , ଏପିଓ ସୌମେନ୍ଦ୍ର ନାୟକଙ୍କ ସହ ବ୍ଲକର ଅନ୍ୟ ବିଭାଗର ଅଧିକାରୀ, କର୍ମଚାରୀ ଯୋଗଦେଇ ନିଜ ନିଜ ବିଭାଗ ସମ୍ପର୍କରେ ଉପସ୍ଥିତ ସୀମାନ୍ତବାସୀଙ୍କୁ ବୁଝାଇ ଥିଲେ । ଉକ୍ତ କାର୍ଯ୍ୟକ୍ରମ ପଞ୍ଚାୟତ ପିଇଓ କଣ୍ଡା ଗଲରୀ ଓ ଡିଇଓ ସୁକାନ୍ତ ରୁଡି ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଯୋଗାଇ ଦିଆ ଯାଉଥିବା ସୁବିଧା ସମ୍ପର୍କରେ ଅବଗତ କରାଇଥିଲେ ।

ସୂଚନାଯୋଗ୍ୟ, ପଡୋଶୀ ଆନ୍ଧ୍ର ରାଜ୍ୟର ପାର୍ବତୀପୁରମ ମାନ୍ୟାମ ଜିଲାର ସାଲୁର ବ୍ଲକ ପ୍ରଶାସନର କର୍ମଚାରୀ ଉପରସେମ୍ବି, ଗଞ୍ଜେଇ ପଦର ପରି ଅନ୍ୟ ସୀମାନ୍ତ ଗ୍ରାମରେ ପହଞ୍ଚି ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କରିବା ତିନିଦିନ ପରେ ଓଡ଼ିଶାର ପଟ୍ଟାଙ୍ଗି ବ୍ଲକ ପ୍ରଶାସନ କୋଟିଆ ପଞ୍ଚାୟତର ଉପରୋକ୍ତ ଗ୍ରାମରେ ପହଞ୍ଚି ଜନ ସମ୍ପର୍କ କାର୍ଯ୍ୟକ୍ରମ କରି ସୀମାନ୍ତବାସୀଙ୍କ ନିକଟରେ ପହଞ୍ଚି ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?