Posted inଖେଳ

ମ୍ୟାକ୍ସଓ୍ବେଲ, ଡି’ ଭିଲର୍ସଙ୍କ ବିସ୍ଫୋରକ ଅର୍ଦ୍ଧଶତକ : ଆରସିବିର ହ୍ୟାଟ୍ରିକ ବିଜୟ

ଚେନ୍ନାଇ,୧୮।୪: ଚଳିତ ଆଇପିଏଲରେ ହ୍ୟାଟ୍ରିକ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)। ଏମ୍‌. ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ଆରସିବି ୩୮ ରନ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ହରାଇ ଦେଇଛି। ଏହି ବିଜୟ ସହ ଆରସିବି ପୁଣି ଥରେ ପଏଣ୍ଟ ଟେବୁଲର ଶୀର୍ଷକୁ ଉଠିଛି।

୨୦୫ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିଲା କୋଲକାତା ଆରମ୍ଭରୁ ଆଟାକିଂ ବ୍ୟାଟିଂ କରିଥିଲା। ଦଳର ଉପର କ୍ରମର ବ୍ୟାଟ୍ସମ୍ୟାନ ନୀତିଶ ରାଣା (୧୮ ରନ୍‌, ୨ ଚୌକା ଓ ଗୋଟିଏ ଛକା), ଶୁବମାନ ଗିଲ (୨୧ ରନ୍‌, ୨ ଲେଖାଏ ଚୌକା ଓ ଛକା), ରାହୁଲ ତ୍ରିପାଠି (୨୫ ରନ୍‌, ୫ ଚୌକା) ଓ ଅଧିନାୟକ ଇଆନ ମୋର୍ଗାନ ( ୨୯ ରନ୍‌, ଗୋଟିଏ ଚୌକା ଓ ୨ ଛକା)ଙ୍କୁ ମିଳିଥିଲା ଭଲ ଆରମ୍ଭ। ହେଲେ କେହି ବଡ଼ ସ୍କୋର ହାସଲ କରିପାରି ନ ଥିଲେ। ଆଉ ଶେଷକୁ ଦେଖିବାକୁ ମିଳିଥିଲା ଆନ୍ଧ୍ରେ ରସେଲ (୩୧ ରନ୍‌, ୩ ଚୌକା ଓ ୨ ଛକା)ଙ୍କ ବିସ୍ଫୋରକ ବ୍ୟାଟିଂ। ଏହା ସତ୍ତ୍ୱେ କୋଲକାତା ଶେଷ ପର୍ଯ୍ୟନ୍ତ ଖେଳି ୮ ଉଇକେଟ କ୍ଷତିରେ ୧୬୬ ରନ୍‌ କରିବାକୁ ସକ୍ଷମ ହୋଇଥିଲା।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଆରସିବି ପୂରା ୨୦ ଓଭରରେ ୪ ଉଇକେଟ ହରାଇ ୨୦୪ ରନ୍‌ କରିଛି। ଗ୍ଲେନ ମ୍ୟାକ୍ସଓ୍ବେଲ (୭୮) ଓ ଏବି ଡି’ ଭିଲର୍ସ (୭୬)ଙ୍କ ଯୋଗୁ ଏହା ସମ୍ଭବ ହୋଇପାରିଥିଲା। ଦୁହିଁଙ୍କ ଇନିଂସରେ ସାମିଲ ଥିଲା ୯ ଲେଖାଏ ଚୌକା ଓ ୩ଟି ଲେଖାଏ ଛକା। ଦୁହେଁ କେକେଆର ବୋଲରଙ୍କୁ ଗ୍ରାଉଣ୍ଡର ଚାରି ଆଡ଼େ ଚୌକା ଓ ଛକା ଲଗାଇଥିଲେ। ଫଳରେ ପ୍ରଥମ ଦୁଇ ଓଭରରେ ଦୁଇ ଉଇକେଟ ନେଇଥିବା କେକେଆର ବୋଲରମାନେ ପରବର୍ତ୍ତୀ ସମୟରେ ମ୍ୟାଚ୍‌କୁ ଫେରି ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri