Posted inଖେଳ

କାର୍‌ ଦୁର୍ଘଟଣାରେ ପ୍ରସିଦ୍ଧ କ୍ରିକେଟର୍‌ ଆହତ

ଲଣ୍ଡନ,୧୪।୧୨: ଇଂଲଣ୍ଡର କିମ୍ବଦନ୍ତୀ ଆଣ୍ଡ୍ର୍ୟୁ ଫ୍ଲିଣ୍ଟଫ ବଡ଼ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେ ଏକ ବିସିସିର ଲୋକପ୍ରିୟ ଟେଲିଭିଜନ ଶୋ ‘ଟପ ଗିଅର୍‌’ର ଶୁଟିଂ ସମୟରେ ସେ ଏକ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏହା ପରେ ୪୫ ବର୍ଷୀୟ ଫ୍ଲିଣ୍ଟଫଙ୍କୁ ବିମାନ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ସେ ଏବେ ବିପଦମୁକ୍ତ ଥିବା ଜଣାପଡିଛି।
ଇଂଲଣ୍ଡର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ମଧ୍ୟରୁ ଫ୍ଲିଣ୍ଟଫ ଅନ୍ୟତମ। ସେ ‘ଫ୍ରେଡି’ ଭାବରେ ଜଣାଶୁଣା। ଫ୍ଲିଣ୍ଟଫ ୩୨ ବର୍ଷ ବୟସରେ କ୍ରିକେଟରୁ ଅବସର ନେଇଥିଲେ। ସେ ଇଂଲଣ୍ଡ ପାଇଁ ୭୯ଟି ଟେଷ୍ଟ ଖେଳିଥିଲେ। ଉଭୟ ବ୍ୟାଟ ଏବଂ ବଲ ସହିତ ସେ ମ୍ୟାଚ ବଦଳାଇବାର କ୍ଷମତା ଥିଲା। ସେ ନିଜେ ଅନେକ ମ୍ୟାଚ୍‌ରେ ଇଂଲଣ୍ଡକୁ ଚାମ୍ପିୟନ କରାଇଥିଲେ। ଫ୍ଲିଣ୍ଟଫ ଇଂଲଣ୍ଡ ପାଇଁ ୭୯ ଟେଷ୍ଟରେ ୩୮୪୫ ରନ ସଂଗ୍ରହ କରିଥିଲେ ଏବଂ ୨୨୬ ଉଇକେଟ ମଧ୍ୟ ନେଇଥିଲେ।
୧୪୧ଟି ଦିନିକିଆରେ ଫ୍ଲିଣ୍ଟଫଙ୍କ ବ୍ୟାଟରୁ ୩୩୯୪ ରନ ବାହାରିଥିଲା। ଏଥି ମଧ୍ୟରେ ୩ଟି ଶତକ ସାମିଲ ଅଛି। ଏହା ସହିତ ସେ ୧୬୯ ଉଇକେଟ ନେଇଥିଲେ। ସେହିପରି ୭ଟି ଟି-୨୦ ମ୍ୟାଚରେ ତାଙ୍କର ପାଞ୍ଚଟି ଉଇକେଟ ଏବଂ ୭୬ ରନ ରହିଛି। ତାଙ୍କ କ୍ରିକେଟ କ୍ୟାରିଅର୍‌ରେ ଫ୍ଲିଣ୍ଟଫ ୨୦୦୫ ଏବଂ ୨୦୦୯ ରେ ଆଶେସ ଜିତିବାରେ ଇଂଲଣ୍ଡ ପାଇଁ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri