Posted inଖେଳ

କେବେ ନିଜ ମାତାପିତାଙ୍କୁ ଭେଟି ନ ଥିଲେ ଆଣ୍ଡ୍ର୍ୟୁ ସାଇମଣ୍ଡସ

କାନବେରା,୧୬।୫:ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କୁ ମାତ୍ର ୪୬ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ନେଇ ଜଗତରେ ଶୋକର ଛାୟା ଖେଳିଯାଇଛି। କ୍ରିକେଟ୍‌ରେ ସାଇମଣ୍ଡସ ଅନେକ ବଡ଼ ସଫଳତା ହାସଲ କରିଥିଲେ। ସେ ଅଷ୍ଟ୍ରେଲିଆ ପାଇଁ ଖେଳିଥିଲେ କିନ୍ତୁ ଇଂଲଣ୍ଡରେ ଜନ୍ମଗ୍ରହଣ କରିଥିଲେ। ସାଇମଣ୍ଡସ ତାଙ୍କ ନିଜ ମାତାପିତାଙ୍କୁ କେବେବି ଭେଟି ନ ଥିଲେ। ସେ ନିଜେ ଏହି ବିଷୟରେ ଥରେ ଖୋଲାଖୋଲି ଭାବେ କହିଥିଲେ।
ସାଇମଣ୍ଡସ ତାଙ୍କ ନିଜ ମାତାପିତାଙ୍କୁ ମଧ୍ୟରୁ ଜଣେ ଆଫ୍ରୋ-କାରିବିଆନ ଏବଂ ଅନ୍ୟଟି ଡେନମାର୍କ କିମ୍ବା ସ୍ବିଡିଶ ବଂଶର ଥିଲେ ବୋଲି କୁହାଯାଏ। ସାଇମଣ୍ଡସ ୯ ଜୁନ ୧୯୭୫ରେ ଇଂଲଣ୍ଡର ବର୍ମିଂହାମରେ ଜନ୍ମଗ୍ରହଣ କରିଥିଲେ। ଗତ ମାସରେ ‘ଦି ବ୍ରେଟ ଲି’ ପୋଡକାଷ୍ଟରେ ସାଇମଣ୍ଡସ ତାଙ୍କ ମାତାପିତାଙ୍କ ବିଷୟରେ କହିଥିଲେ। ସେ କହିଥିଲେ, ମୁଁ ଏକ ପୋଷ୍ୟ ସନ୍ତାନ, ତେଣୁ ମୁଁ ମୋର ପ୍ରକୃତ ମାତାପିତାଙ୍କୁ ମଧ୍ୟ ଜାଣେ ନାହିଁ। ମୁଁ ତାଙ୍କୁ କେବେ ବି ସାକ୍ଷାତ କରି ନାହିଁ। ମୁଁ ମାତ୍ର ୬ ସପ୍ତାହର ହୋଇଥିବାବେଳେ ମୋ ମାତାପିତା ପୋଷ୍ୟ ସନ୍ତାନ ପାଇଁ ଛାଡି ଦିଆଯାଇଥିଲା। ଏହା ପରେ କେନ ଏବଂ ବାରବରା ୩ ମାସ ବୟସରେ ମୋତେ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ।
ସାଇମଣ୍ଡସ ତାଙ୍କ କ୍ୟାରିୟରରେ ୨୬ଟି ଟେଷ୍ଟ ଖେଳି ୨ ଶତକ, ୧୦ ଅର୍ଦ୍ଧଶତକ ସହ ୧୪୬୨ ରନ ସଂଗ୍ରହ କରିଥିଲେ। ୧୯୮ଟି ଦିନିକିଆ ଖେଳି ୬ ଶତକ ଏବଂ ୩୦ ଅର୍ଦ୍ଧଶତକ ସହାୟତାରେ ଟେଷ୍ଟରେ ମୋଟ ୫୦୮୮ ରନ ଏବଂ ୧୪ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ। ସେ ୨୦୦୩ ଏବଂ ୨୦୦୭ ବିଶ୍ୱକପ ବିଜେତା ଦଳର ଜଣେ ପ୍ରମୁଖ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri