Posted inଖେଳ

ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟ ଖେଳାଳୀ ଆଣ୍ଡ୍ରିୟୁ ସାଇମଣ୍ଡସଙ୍କ ପରଲୋକ

କାନବେରା,୧୫ ।୫: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡସଙ୍କର କାର ଦୁର୍ଘଟଣାରେ ୪୬ ବର୍ଷ ବୟସରେ ପରଲୋକ ହୋଇଛି । ଶନିବାର ରାତିରେ ଟାଉନସଭିଲେରେ ଏହି ଦୁର୍ଘଟଣା ଘଟିଛି । ପୋଲିସର ସୂଚନା ଅନୁଯାୟୀ, ସାଇମଣ୍ଡସଙ୍କୁ ବଞ୍ଚାଇବାକୁ ସତ ଚେଷ୍ଟା କରାଯାଇଥିଲେ ବି ଏହା ସଫଳ ହୋଇନାହିଁ । ଦୁର୍ଘଟଣାରେ ସେ ଗୁରୁତର ହୋଇଥିବା ପୋଲିସ କହିଛି ।
ଗଣମାଧ୍ୟମର ସୂଚନା ଅନୁଯାୟୀ, ସାଇମଣ୍ଡସଙ୍କ କାର ଟାଉନସଭିଲେ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲା । ସେ ନିଜେ ଡ୍ରାଇଭିଂ କରୁଥିବା ବେଳେ ତାଙ୍କ କାର୍ ଏଲିସ ରିଭର ବ୍ରିଜରୁ ବାହାରି ତଳକୁ ଖସିପଡିଥିଲା । ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲର ଏମରଜେନ୍ସି ସର୍ଭିସରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତରଙ୍କ ସତ ଚେଷ୍ଟା ସଫଳ ହୋଇ ନ ଥିଲା । ଏବେ ଫରେନସିକ କ୍ରେଶ ୟୁନିଟ ତାଙ୍କ ଦୁର୍ଘଟଣାର ଯାଞ୍ଚ କରୁଛି ।
ସାଇମଣ୍ଡସଙ୍କ କ୍ୟାରିୟରରେ ସେ ୧୯୮ ୱାନ ଡେ’ ମ୍ୟାଚରେ ୫୦୮୮ ରନ କରିଥିଲେ । ଏହି ଫର୍ମାଟକୁ ସେ ଅଲରାଉଣ୍ଡ ଫର୍ମାଟ କରି ୧୩୩ ରନ ନେଇଥିଲେ । ସେ ୨୬ଟି ଟେଷ୍ଟ ମ୍ୟାଚରେ ୧୪୬୨ରନ ସହ ୨୪ ୱିକେଟ ନିଜ ନାମରେ କରିପାରିଥିଲେ । ସାଇମଣ୍ଡସ ୧୪ଟି ଟି୨୦ ମ୍ୟାଚ ବି ଖେଳିଥିଲେ ।
କ୍ରିକେଟରେ ନିଜର ଭଲ କ୍ୟାରିୟର ସହ ବିବାଦରେ ବି ଫସିଛନ୍ତି ସାଇମଣ୍ଡସ୍ । ୨୦୦୭-୦୮ରେ ସାଇମଣ୍ଡସ ଓ ହରଭଜନ ସିଂଙ୍କ ମଧ୍ୟରେ ହୋଇଥିବା ବିବାଦ ଆଜିବି ଖେଳ ପ୍ରେମୀଙ୍କ ମନରେ ରହିଛି । ଏହି ମାମଲାକୁ ମଙ୍କିଗେଟ ବି କୁହାଯାଏ ।

 


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri