ଅଙ୍ଗଦଙ୍କ ହାତ ଆକ୍ରମଣ ନୁହେଁ, ଦୁର୍ଘଟଣାରେ କଟିଛି: ପୋଲିସ

ବାଲିଗୁଡ଼ା,୧୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଡହଲପଡ଼ି ଗ୍ରାମର ଆଦିବାସୀ ଯୁବକ ଅଙ୍ଗଦ ମଲ୍ଲିକ ମୁମ୍ବାଇ କାମ କରିବାକୁ ଯାଇଥିବା ବେଳେ ଦୁଇ ହାତ ହରାଇ ଘରକୁ ଫେରିବା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏପ୍ରିଲ ୨୭ରେ ଅଙ୍ଗଦ ମଲ୍ଲିକ ଓ ସାଥୀ ରବି ସାହାଣୀ ମିଶି ମୁମ୍ବାଇ କାମ କରିବା ପାଇଁ ଯାଇଥିଲେ। ସେଠାରେ ଅଜଣା ଦୁର୍ବୃତ୍ତଙ୍କ ଆକ୍ରମଣରେ ଅଙ୍ଗଦ ହାତ ହରାଇଥିବା ବାଲିଗୁଡ଼ା ଥାନାରେ ପରିବାର ଲୋକେ ଅଭିଯୋଗ କରିଥିଲେ। ଏହା ପରେ କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡ଼ା ଥାନାରୁ ଏକ ଟିମ୍‌ ଘଟଣାର ତଦନ୍ତ ପାଇଁ ମୁମ୍ବାଇ ଯାଇଥିଲେ। ସେଠାରେ ୧୦ ଦିନ ରହି ବିଭିନ୍ନ ଅଞ୍ଚଳ ବୁଲି ଘଟଣାର ତଦନ୍ତ କରିଥଲେ। ଏହା କୌଣସି ଦୁର୍ବୃତ୍ତ ନୁହେଁ ଏକ ରେଳ ଦୁର୍ଘଟଣାରେ ହାତ କଟିଥିବା ପ୍ରାଥମିକ ତଦନ୍ତରୁ ପୋଲିସକୁ ସୂଚନା ମିଳିଛି। ଏନେଇ କଲ୍ୟାଣ ନଗର ରେଳଷ୍ଟେଶନ ଥାନାରେ ମେ’ ୧ରେ ଏକ ମାମଲା ରୁଜୁ କରାଯାଇଛି। ମୁମ୍ବାଇ ପାଇଁ ଯାଇଥିବା ଟିମ୍‌ ମୁଖ୍ୟ ଆଶୁତୋଷ ପାଇକରାୟ ସବିଶେଷ ତଥ୍ୟ ଖୁବ୍‌ଶୀଘ୍ର ପ୍ରଦାନ କଲେ ସମସ୍ତ ତଥ୍ୟ ପ୍ରଦାନ କରାଯିବ ବୋଲି ଥାନାଧିକାରୀ ବାବା ଶଙ୍କର ସରାଫ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri