ଅବ୍ୟବସ୍ଥାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ମାଥିଲି,୨୬ା୮(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୁରୁପାଲି ପଞ୍ଚାୟତର ସର୍ଗିଗୁଡ଼ା ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥାରେ ଚାଲୁଥିବା ଦେଖିବାକୁ ମିଳୁଛି। କେନ୍ଦ୍ର ପରିସରରେ ପାନୀୟ ଜଳ ପାଇଁ ନଳକୂପ ନାହିଁ। ପାଇଖାନା କି ବିଦ୍ୟୁତ୍‌ ବ୍ୟବସ୍ଥା ମଧ୍ୟ ନାହିଁ। ମାଥିଲି ବିଡିଓ ବାରମ୍ବାର ସେହି ଅଞ୍ଚଳ ଗସ୍ତ କରୁଥିଲେ ମଧ୍ୟ ଅଙ୍ଗନଓ୍ବାଡି କେନ୍ଦ୍ରର ସମସ୍ୟା ଏ ପର୍ଯ୍ୟନ୍ତ ଦୂର କରିପାରି ନାହାନ୍ତି। ଏହି ଅଙ୍ଗନୱାଡି କେନ୍ଦ୍ର ୧୯୫୪ରେ ସ୍ଥାପିତ ହୋଇଥିଲା। ସର୍ଗିଗୁଡା ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏହା ଥିଲା। ପରେ ଗ୍ରାମବାସୀଙ୍କ ସହମତିରେ ଅନ୍ୟ ସ୍ଥାନକୁ ସ୍ଥାନାନ୍ତରିତ ହୋଇଥିଲା। ପରେ ନୂତନ ଭାବରେ ଅଙ୍ଗନୱାଡି କେନ୍ଦ୍ର ସ୍ଥାପନ କରାଯାଇଥିଲା। ଇତି ମଧ୍ୟରେ ୬ ବର୍ଷରୁ ଊର୍ଦ୍ଧ୍ୱ ହୋଇଯାଇଥିଲେ ମଧ୍ୟ କେନ୍ଦ୍ର ସମସ୍ୟା ଦୂର ହୋଇପାରିନାହିଁ। ଏଥିସହ ଟେମୁରୁପାଲି ଗ୍ରାମରେ ଅନେକ ସମସ୍ୟା ରହିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେମାନଙ୍କୁ ମୌଳିକ ସୁବିଧାରୁ ବଞ୍ଚତ୍ତ କରାଯାଉଛି ବୋଲି କହିଛନ୍ତି। ଆଗାମୀ ଦିନରେ ଅଙ୍ଗନଓ୍ବାଡି କେନ୍ଦ୍ର ସହ ଗ୍ରାମ ସମସ୍ୟା ସମାଧାନ ନ ହେଲେ ଯୁବକଂଗ୍ରେସ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଦଳର ଉମାକାନ୍ତ ମାଝି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri