ଭଡ଼ା ଘରେ ଚାଲିଥିଲା ଅଙ୍ଗନଓ୍ବାଡି: ଟଙ୍କା ନ ଦେବାରୁ କେନ୍ଦ୍ରରେ ପକାଇଲେ ତାଲା

ରାଉରକେଲା,୧୮ା୮(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରାଞ୍ଚଳରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକରେ ଭିତ୍ତିଭୂମିର ଅଭାବ ରହିଛି। ଫଳରେ ସରକାରଙ୍କ ଲକ୍ଷ୍ୟ ସାଧନ ହୋଇପାରୁନାହିଁ। ରାଉରକେଲା ସହରରେ ୧୬୦ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିମଧ୍ୟରୁ ୧୦୭ଟି କେନ୍ଦ୍ର ଭଡା ଘରେ ଚାଲିଥିବା ବେଳେ ୩୧ଟି କେନ୍ଦ୍ର କମ୍ୟୁନିଟି ସେଣ୍ଟରରେ ଚାଲିଛି। ୨୨ଟି ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ରହିଛି। ଅନ୍ୟପଟେ ଭଡାରେ ଚାଲିଥିବା କିଛି ଅଙ୍ଗନଓ୍ବାଡି କେନ୍ଦ୍ରର ଭଡା ରାଶି ବିଭାଗ ପକ୍ଷରୁ ପୈଠ ନ ହେବାରୁ ଘର ମାଲିକ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି। ଫଳରେ ଉକ୍ତ କେନ୍ଦ୍ରର ଶିଶୁମାନେ ଅନ୍ୟ ଏକ କେନ୍ଦ୍ରରେ ପଢୁଛନ୍ତି। ଦୁର୍ଗାପୁର-୩ ଅଙ୍ଗନଓ୍ବାଡି କେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି।
ଦୀର୍ଘବର୍ଷ ହେଲା ଦୁର୍ଗାପୁର-୩ ଅଙ୍ଗନଓ୍ବାଡି କେନ୍ଦ୍ର ଭଡା ସୂତ୍ରରେ ଚାଲିଆସୁଛି। ବାରମ୍ବାର ଦାବି ସତ୍ତ୍ୱେ ନିଜସ୍ବ କେନ୍ଦ୍ର ନିର୍ମାଣ ହେଉନାହିଁ। ସେହିପରି ୨ମାସ ହେଲା ଭଡା ରାଶି ପୈଠ ହୋଇ ନ ଥିବାରୁ ଘର ମାଲିକ ତାଲା ପକାଇ ଦେଇଛନ୍ତି।

ଏ ନେଇ ରାଉରକେଲା ସିଡିପିଓ ଦର୍ଶନୀ ଏକ୍କାଙ୍କୁ ପଚାରିବାରୁ ସେ କହିଲେ, ମାଲଗୋଦାମ ଏବଂ ଦୁର୍ଗାପୁର ଅଙ୍ଗନଓ୍ବାଡି କେନ୍ଦ୍ର ସମସ୍ୟାର ସମାଧାନ ଦିଗରେ ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷଙ୍କୁ ଅବଗତ କରାଇବି। ୧୩୮ ଅଙ୍ଗନଓ୍ବାଡି କେନ୍ଦ୍ର ବିଷୟରେ ମଧ୍ୟ ଜଣାଇସାରିଛି। ଖୁବଶୀଘ୍ର ସହରାଞ୍ଚଳରେ ୨୨ଟି ନୂତନ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ହେବ। ଏଥିପାଇଁ ଜମି ଚିହ୍ନଟ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇସାରିଛି। ଅସଜଡା କେନ୍ଦ୍ରମାନଙ୍କ ମରାମତି କାର୍ଯ୍ୟ ତୁରନ୍ତ କରାଯିବ ବୋଲି ସିଡିପିଓ ଏକ୍କା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?