କୋଭିଡ୍‌ରେ ମୃତ ଅଙ୍ଗନଓ୍ବାଡି, ଆଶାକର୍ମୀଙ୍କ ପରିବାରକୁ ମିଳିବ ମାସିକ ସହାୟତା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ଲଢ଼େଇରେ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀ ପ୍ରମୁଖ ଭୂମିକା ନେଉଛନ୍ତି। ଇତିମଧ୍ୟରେ ଏହି କୋଭିଡ୍‌ ଯୋଦ୍ଧାଙ୍କ ଜୀବନ ମଧ୍ୟ ଗଲାଣି। ପୂର୍ବରୁ ଏମାନଙ୍କ ପାଇଁ ଏକାଧିକ ପ୍ରୋତ୍ସାହନର ବ୍ୟବସ୍ଥା ରହିଥିବାବେଳେ ଶୁକ୍ରବାର ରାଜ୍ୟ ସରକାର ଆଉ ଏକ ନୂଆ ଘୋଷଣା କରିଛନ୍ତି। କୋଭିଡ୍‌ ଯୁଦ୍ଧରେ ସାମିଲ ଥିବା କୌଣସି ଅଙ୍ଗନଓ୍ବାଡି କର୍ମୀ ସଂକ୍ରମିତ ହୋଇ ପ୍ରାଣ ହରାଇଲେ ସେମାନଙ୍କ ପରିବାରକୁ ମାସିକ ସହାୟତା ରାଶି ପ୍ରଦାନ କରାଯିବ। ତାଙ୍କ ସ୍ବାମୀ କିମ୍ବା ନିକଟତମ ଆତ୍ମୀୟଙ୍କୁ ମାସକୁ ୭,୫୦୦ ଟଙ୍କା ଲେଖାଏ ଭତ୍ତା ମିଳିବ। ଚାକିରିକାଳ ଶେଷ ପର୍ଯ୍ୟନ୍ତ ଅର୍ଥାତ୍‌ ମୃତ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ୬୦ବର୍ଷ ପୂରିବା ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ସେହିଭଳି ଆଶାକର୍ମୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ସ୍ବାମୀ କିମ୍ବା ନିକଟତମ ଆତ୍ମୀୟ ମାସିକ ୫,୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଉଦ୍ଦେଶ୍ୟରେ ସ୍ବାସ୍ଥ୍ୟମନ୍ତ୍ରୀ ଏନେଇ ଘୋଷଣା କରିଛନ୍ତି। ପୂର୍ବରୁ ମଧ୍ୟ ରାଜ୍ୟ ସରକାର ଏମାନଙ୍କ ସହ ପ୍ରତ୍ୟେକ କୋଭିଡ୍‌ ଯୋଦ୍ଧାଙ୍କ ମୃତ୍ୟୁ କ୍ଷେତ୍ରରେ ୫୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
କରୋନା ମହାମାରୀ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ନେଇଛନ୍ତି। ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ସହ ଟିଏମ୍‌ସି, କୋଭିଡ୍‌ କେୟାର ହୋମ୍‌ ଆଦି ଖୋଲି କୋଭିଡ୍‌ ରୋଗୀଙ୍କୁ ସେବା ଯୋଗାଇ ଦେଉଛନ୍ତି। ସେହିଭଳି ଟେଷ୍ଟିଂ ଓ ଟ୍ରେସିଂ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ତେବେ ଏ ସମସ୍ତ କାର୍ଯ୍ୟରେ ଯେଉଁ କୋଭିଡ୍‌ ଯୋଦ୍ଧାମାନେ ଆଗଧାଡ଼ିରେ ରହି ସେବା ଯୋଗାଉଛନ୍ତି ସେମାନଙ୍କ ମଧ୍ୟରେ ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭୂମିକା ବହୁ ଗୁରୁତ୍ୱପୁର୍ଣ୍ଣ ରହିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କୋଭିଡ୍‌ ଯୋଦ୍ଧାଙ୍କ ସହ ନିୟମିତ ଯୋଗାଯୋଗରେ ରହିଛନ୍ତି। ବିଭିନ୍ନ ଜିଲାର ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଟେଲିଫୋନ୍‌ କରି ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝୁଛନ୍ତି। ସେମାନଙ୍କ ପରାମର୍ଶକୁ ଭିତ୍ତିକରି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଥିବା ଦାସ ସୂଚନା ଦେଇଛନ୍ତି। ରାଜ୍ୟର ସମସ୍ତ ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ନିଜେ ସ୍ବାସ୍ଥ୍ୟମନ୍ତ୍ରୀ ଆନ୍ତରିକ ସମ୍ମାନ ଜଣାଇବା ସହ ଯେଉଁଭଳି ପରିସ୍ଥିତିରେ ସେମାନେ ନିଜର ଦାୟିତ୍ୱ ତୁଲାଉଛନ୍ତି ତାହା ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri